ଭୁବନେଶ୍ବର: ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ କୁମାର ବିଶ୍ୱାଳ, କଟକ ମଣ୍ଡଳ କାରାଗାରର ବରିଷ୍ଠ ଅଧୀକ୍ଷକ ସୁଜିତ କୁମାର ରାଉଳ ନିଲମ୍ୱିତ କରାଯାଇଛି।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଦୁଇଟି ଭିନ୍ନ ଘଟଣାରେ ଦୁଇ ଜଣ ବରିଷ୍ଠ ଅଧିକାରୀଙ୍କୁ ନିଲମ୍ୱିତ କରାଯାଇଛି । ଏହି ନିଲମ୍ୱନ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି ।
ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ କୁମାର ବିଶ୍ୱାଳ ଗିରଫ୍ ହୋଇ ଜେଲ୍ରେ ଥିଲେ। ସେହିପରି କଟକ ସର୍କଲ ଜେଲ୍ର ସିନିଅର ସୁପରିନ୍ଟେଣ୍ଡେଣ୍ଟ ସୁଜିତ କୁମାର ରାଉଳ ମଧ୍ୟ ଗିରଫ୍ ହୋଇ ଜେଲ୍ କଷ୍ଟୋଡିରେ ଅଛନ୍ତି । ସରକାରଙ୍କ ନିୟମ ଦୃଷ୍ଟିରୁ ଏହି ଉଭୟ ଅଧିକାରୀ ୪୮ ଘଣ୍ଟାରୁ ଅଧିକ ସମୟ ଧରି ଜେଲ୍ରେ ରହିଥିବାରୁ ଉଭୟଙ୍କୁ ନିଲମ୍ୱିତ କରାଯାଇଛି।


Comments are closed.