Latest Odisha News

BREAKING NEWS

ରଥଯାତ୍ରା ନେଇ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପାଳନ କରିବେ ରାଜ୍ୟ ସରକାର

ଭୁବନେଶ୍ୱର : ରଥଯାତ୍ରା ନେଇ ସୁପ୍ରିମ କୋର୍ଟ ଦେଇଥିବା ନିର୍ଦ୍ଦେଶକୁ ପାଳିବେ ରାଜ୍ୟ ସରକାର । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ରାଜ୍ୟ କ୍ୟାବିନେଟ୍ ବୈଠକରେ ଏହି ନିଷ୍ପତ୍ତି ହୋଇଛି ।

ବୈଠକରେ ରାଜ୍ୟ ଆଡଭୋକେଟ୍ ଜେନେରାଲ ଯୋଗ ଦେଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ନେଇ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ କ୍ୟାବିନେଟକୁ ଅବଗତ କରିଥିଲେ ।

ଏହି ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକରେ ଆଡଭୋକେଟ୍ ଜେନେରାଲ, ମୁଖ୍ୟ ଶାସନ ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଉନ୍ନୟନ କମିଶନର ଏବଂ କ୍ୟାବିନେଟ୍ ମନ୍ତ୍ରୀ ଉପସ୍ଥିତ ଥିଲେ ।

Leave A Reply

Your email address will not be published.