ଭୁବନେଶ୍ୱର: ୟୁକ୍ରେନରେ ଫସିଥିବା ଓଡ଼ିଆଙ୍କୁ ଫେରାଇ ଆଣିବା ପାଇଁ ନିଜେ ଖର୍ଚ୍ଚ କରିବେ ରାଜ୍ୟ ସରକାର । ୟୁକ୍ରେନରେ ଫସିଥିବା ଓଡ଼ିଆ ଛାତ୍ରଛାତ୍ରୀ ଓ ନାଗରିକଙ୍କୁ ଫେରାଇ ଆଣିବାକୁ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଘୋଷଣା କରାଯାଇଛି । ନିଜ ଖର୍ଚ୍ଚରେ ଫେରାଇ ଆଣିବା ପାଇଁ କେନ୍ଦ୍ରକୁ ପ୍ରସ୍ତାବ ଦେଇଛନ୍ତି ରାଜ୍ୟ ସରକାର ।
ସେହିପରି ୟୁକ୍ରେନର ଛାତ୍ର ଓ ଶ୍ରମିକମାନଙ୍କ ସମ୍ବନ୍ଧୀୟ ତଥ୍ୟ ସଂଗ୍ରହ କରିବା ଏବଂ ଏହି ସଙ୍କଟ ସମୟରେ ସେମାନଙ୍କ ପରିବାର ସଦସ୍ୟଙ୍କ ସହିତ ପ୍ରଭାବଶାଳୀ ସମନ୍ୱୟ ରକ୍ଷା କରିବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।
ଏହି ଘୋଷଣା ପୂର୍ବରୁ ମୁଖ୍ୟମନ୍ତ୍ରୀ ଆଜି ଏହି ପ୍ରସଙ୍ଗରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ କଥା ହୋଇଥିଲେ। ଛାତ୍ର ଓ ଶ୍ରମିକଙ୍କୁ ଉଦ୍ଧାର କରିବା ପାଇଁ ଗୃହମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁରୋଧ ପରେ ଗୃହମନ୍ତ୍ରୀ ଅମିତ ଶାହା ମୁଖ୍ୟମନ୍ତ୍ରୀଙ୍କୁ ଆଶ୍ୱାସନା ଦେଇଛନ୍ତି । ସେ କହିଛନ୍ତି କି ଭାରତ ସରକାର ୟୁକ୍ରେନ ସରକାରଙ୍କ ସହ ଯୋଗଯୋଗରେ ରହିଛନ୍ତି ଏବଂ ଶୀଘ୍ର ୟୁକ୍ରେନରୁ ଛାତ୍ର ଓ ଶ୍ରମିକଙ୍କୁ ଫେରାଇ ଆଣିବା ପାଇଁ କାର୍ଯ୍ୟ କରୁଛନ୍ତି ।
Comments are closed.