Latest Odisha News

BREAKING NEWS

ଅକ୍ଷୟ ତୃତୀୟା ଭେଟି: ଚାଷୀଙ୍କ ଆକାଉଣ୍ଟକୁ ସିଧାସଳଖ ଯିବ ଦୁଇ ହଜାର ଟଙ୍କା

ଭୁବନେଶ୍ୱର: କାଲି ମିଳିବ କାଳିଆ ଟଙ୍କା । ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କୁ ଭେଟି ଦେବେ ରାଜ୍ୟ ସରକାର । ପ୍ରତ୍ୟେକ କାଳିଆ ହିତାଧିକାରୀଙ୍କୁ ୨ହଜାର ଟଙ୍କା ଲେଖାଏଁ ମିଳିବ । ଯାହା ସିଧାସଳଖ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ଟଙ୍କା । ଚଳିତ ବର୍ଷ ଏହା ଚାଷୀଙ୍କ ପ୍ରଥମ ସହାୟତା ।

୨୦୧୮ ମସିହାରୁ ଚାଷୀଙ୍କ ପାଇଁ କାଳିଆ ଯୋଜନା ଆରମ୍ଭ କରିଛନ୍ତି ରାଜ୍ୟ ସରକାର । ପ୍ରତି ବର୍ଷ ଚାଷୀଙ୍କ ଆକାଉଣ୍ଟକୁ ସିଧାସଳଖ ସହାୟତା ରାଶି ପଠାଉଛନ୍ତି ସରକାର । ବାର୍ଷିକ ୬ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇଦେଉଛନ୍ତି ସରକାର ।

‘କାଳିଆ’ ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ରାଜ୍ୟର କୃଷକଙ୍କୁ ଆର୍ଥିକ ସହାୟତା ଚୟନର ସ୍ଵାଧୀନତା ପ୍ରଦାନ କରି ସେମାନଙ୍କର ସଶକ୍ତିକରଣ ପାଇଁ ପ୍ରେରଣା ଦେବା ସହିତ ରାଜ୍ୟର କୃଷିର ଅଭିବୃଦ୍ଧି ଓ ବିକାଶ କରିବା। ହିତାଧିକାରୀଙ୍କ ନିକଟରେ ବିଭିନ୍ନ ଆର୍ଥିକ ସେବାର ସହଜ ଉପଲ୍ଲବଧିର ଉନ୍ନତିକରଣ ଦ୍ଵାରା କୃଷିର ଉତ୍ପାଦକତା ଓ କୃଷକଙ୍କର ବିଶେଷ କରି କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କର ଆୟ ବୃଦ୍ଧିରେ ସହାୟକ ହେବ।

ଯୋଜନା ମାଧ୍ୟମରେ ୧୦, ୦୦୦ କୋଟି ଟଙ୍କାରୁ ଉର୍ଦ୍ଧ ରାଶି ବିନିଯୋଗ କରାଯାଇ ରାଜ୍ୟର ଅସମର୍ଥ କୃଷି ପରିବାର, ଭୂମିହୀନ ଚାଷୀ ଏବଂ ନାମମାତ୍ର ଚାଷୀଙ୍କୁ ଋଣ ଯନ୍ତା ଏବଂ ଦାରିଦ୍ର୍ୟରୁ ମୁକ୍ତ କରିବା ଏହି ଯୋଜନାର ଲକ୍ଷ୍ୟ।

‘କାଳିଆ’ ଯୋଜନା ମାଧ୍ୟମରେ ରାଜ୍ୟ ସରକାର ୯୨ ପ୍ରତିଶତ ଚାଷୀ ଏବଂ ପ୍ରାୟ ସମସ୍ତ ଅଭାବଗ୍ରସ୍ତ ଭୂମିହୀନ ଚାଷୀମାନଙ୍କୁ ପରିସରଭୁକ୍ତ କରିବା ପାଇଁ ବ୍ୟବସ୍ଥା କରିଛନ୍ତି। ଏହି ଯୋଜନା ମାଧ୍ୟମରେ ଏହି ସମସ୍ତ ହିତାଧିକାରୀଙ୍କ ବ୍ୟାଙ୍କ ଜମାଖାତାକୁ ସିଧାସଳଖ ସହାୟତା ରାଶି ପ୍ରେରଣ କରାଯିବାର ବ୍ୟବସ୍ଥା କରାଯାଇଛି।

Leave A Reply

Your email address will not be published.