Latest Odisha News

ଆସନ୍ତା ୮ ତାରିଖରେ ଖୋଲିନପାରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର: ଜଷ୍ଟିସ ଅରିଜିତ ପଶାୟତ

ଭୁବନେଶ୍ୱର: ଆସନ୍ତା ୮ ତାରିଖରେ ଖୋଲିନପାରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର। ଏନେଇ ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତ। ଆସନ୍ତା ୮ ତାରିଖରେ ରଥଯାତ୍ରା ଥିବାରୁ, ସେଦିନ ହୁଏତ ରତ୍ନଭଣ୍ଡାର ଖୋଲିନପାରେ ବୋଲି କହିଛନ୍ତି ଅରିଜିତ। ତେବେ ଯେବେ ସରକାର ନିଷ୍ପତ୍ତି ନେବେ, ସେବେ ଖୋଲାଯିବ ବୋଲିକହିଛନ୍ତି ଜଷ୍ଟିସ ପଶାୟତ।

ସୂଚନା ଅନୁସାରେ, ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରତ୍ନଭଣ୍ଡାର ଯାଞ୍ଚ କମିଟିର ଅଧ୍ୟକ୍ଷ ତଥା ସୁପ୍ରିମକୋର୍ଟର ଅବସରପାପ୍ତ ବିଚାରପତି ଜଷ୍ଟିସ୍ ଅରିଜିତ୍ ପଶାୟତ । ସେ ଆସନ୍ତାକାଲିଠାରୁ ୨୭ ତାରିଖ ପର୍ଯ୍ୟନ୍ତ ପୁରୀରେ ରହିବେ ।ଆସନ୍ତାକାଲି ପୁରୀ ପହଞ୍ଚିବା ପରେ ରତ୍ନଭଣ୍ଡାର ଇନଭେଣ୍ଟୋରି କମିଟିର ବୈଠକରେ ଯୋଗଦେବେ ପଶାୟତ। ତେବେ ଜଷ୍ଟିସ ଅରିଜିତ ପଶାୟତ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ରହିବେ । ଏହି ସମୟରେ ମଧ୍ଯରେ ରତ୍ନଭଣ୍ଡାର ଖୋଲାଯାଇ ଗଣତି ହେବାର ସମ୍ଭାବନା ରହିଛି ।

Leave A Reply

Your email address will not be published.