Latest Odisha News

BREAKING NEWS

ଟିକାଦାନ କେନ୍ଦ୍ର ଚୂଡ଼ାନ୍ତ କରିବାକୁ ଜିଲ୍ଲା ଓ ବ୍ଲକ ପ୍ରଶାସନକୁ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର: ଟିକାକରଣ ପାଇଁ ରାଜ୍ୟରେ ଆରମ୍ଭ ହେଲାଣି ତତ୍ପରତା । ଟିକା ଆସିଲେ ପ୍ରଥମ ପର୍ଯ୍ୟାୟରେ ପ୍ରଥମେ ସ୍ୱାସ୍ଥ୍ୟକର୍ମୀଙ୍କୁ ଦିଆଯିବ । ଏଥିପାଇଁ କୋଭିଡ୍ ଟିକାଦାନ କେନ୍ଦ୍ରଗୁଡ଼ିକୁ ଚିହ୍ନଟ କରିବା ପାଇଁ ଜିଲ୍ଲାପାଳ ଓ ମହାନଗର ନିଗମ କମିଶନରଙ୍କୁ ଚିଠି ଲେଖିଛନ୍ତି ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର । ଆସନ୍ତା ୮ ତାରିଖ ସୁଦ୍ଧା ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ ଉଦ୍ଦିଷ୍ଟ ଟିକାଦାନ କେନ୍ଦ୍ର ଚୂଡ଼ାନ୍ତ କରିବାକୁ କୁହାଯାଇଛି ।

ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜାରି ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି ଯେ, ପ୍ରତି ଟିକାଦାନ କେନ୍ଦ୍ରରେ ଟିକାଦାନକାରୀଙ୍କ ସମେତ ଏକ ୫ ଜଣିଆ ଦଳ ଚିହ୍ନଟ କରାଯିବ । ଟିକାଦାନ କେନ୍ଦ୍ରରେ ପ୍ରତୀକ୍ଷାଳୟ, ଟିକାଦାନ ଗୃହ ଓ ପର୍ଯ୍ୟବେକ୍ଷଣ ଗୃହ ରହିବ ।
ବ୍ଲକରେ ଥିବା ଜନସ୍ୱାସ୍ଥ୍ୟ କେନ୍ଦ୍ର, ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଟିକାଦାନ କେନ୍ଦ୍ର ଲାଗି ସ୍ଥାନ ଚିହ୍ନଟ ହେବ । ସେହିପରି ଉପଖଣ୍ଡ ଚିକିତ୍ସାଳୟ, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ମେଡିକାଲ କଲେଜ କିମ୍ବା  ଘରୋଇ ହସପିଟାଲରେ ମଧ୍ୟ ଟିକାଦାନ କେନ୍ଦ୍ର ପାଇଁ ସ୍ଥାନ ଚିହ୍ନଟ ହେବ । ବ୍ଲକ ଓ ଓ ପୌରସ୍ତରୀୟ ଟାସ୍କ ଫୋର୍ସଗୁଡ଼ିକ ଟିକାଦାନ କେନ୍ଦ୍ର ଚିହ୍ନଟ କରି ଜିଲ୍ଲା ପ୍ରଶାସନକୁ ଚୂଡ଼ାନ୍ତ ତାଲିକା ଦେବେ ।

Leave A Reply

Your email address will not be published.