Latest Odisha News

BREAKING NEWS

କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ; ତଦନ୍ତ ନିର୍ଦ୍ଦେଶ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ

କଟକ: କଟକ ସ୍ଥିତ ଜଗତପୁର କୋଭିଡ୍ ହସ୍ପିଟାଲରେ ଘଟିଥିବା ଅଗ୍ନିକାଣ୍ଡର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାଶ ।

ପ୍ରାପ୍ତ ସୂଚନାନୁଯାୟୀ, ସ୍ୱାସ୍ଥ୍ୟ ବିଭାଗ ସଚିବ ଓ ଅଗ୍ନିଶମ ବିଭାଗ ଯୁଗ୍ମ ତଦନ୍ତ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ। ବର୍ତ୍ତମାନ ସମୟରେ ସମସ୍ତ ରୋଗୀ ସୁରକ୍ଷିତ ରହିଥିବା ନେଇ ମନ୍ତ୍ରୀ ସୂଚନା ଦେଇଛନ୍ତି ।

ତେବେ ଆବଶ୍ୟକୀୟ ସୁରକ୍ଷା ବ୍ୟବସ୍ଥା କରି ହସ୍ପିଟାଲରେ ପୁଣି ରୋଗୀ ସେବା ଆରମ୍ଭ କରାଯିବ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି।

ଆହୁରି ମଧ୍ୟ ଉକ୍ତ ଦୁର୍ଘଟଣା ସମୟରେ ହସ୍ପିଟାଲରେ ପ୍ରାୟ ୧୪୭ କରୋନା ରୋଗୀ ଥିବା ନେଇ ସୂଚନା ମିଳିଥିଲା । ଯେଉଁମାନଙ୍କୁ ପରବର୍ତ୍ତୀ ସମୟରେ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା ।

ଅଧିକ ପଢନ୍ତୁ- କଟକ ସଦଗୁରୁ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

Leave A Reply

Your email address will not be published.