ପୁରୀ: ରତ୍ନଭଣ୍ଡାର ମାମଲାକୁ ନେଇ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ। ଆସନ୍ତା ବିଧାନସଭାରେ ରଘୁବୀର ଦାସ କମିସନ ରିପୋର୍ଟ ଉପସ୍ଥାପନ କରିବା ସହ ରତ୍ନଭଣ୍ଡାରର ଗଣତିମଣତି ୩ ମାସ ଭିତରେ ଶେଷ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ରତ୍ନଭଣ୍ଡାର ଚାବି ହଜିବା ଘଟଣାର ବିଚାର ବିଭାଗୀୟ ତଦନ୍ତ କମିଶନ ରିପୋର୍ଟ ବିଧାନସଭାର ପରବର୍ତ୍ତୀ ଅଧିବେଶନରେ ଉପସ୍ଥାପନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ଆସନ୍ତା ବିଧାନସଭା ଅଧିବେଶନରେ ରିପୋର୍ଟ ଉପସ୍ଥାପନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଉଚ୍ଚ ନ୍ୟାୟାଳୟ। ଏନେଇ ଜଷ୍ଟିସ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ଉପସ୍ଥାପନ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।