Latest Odisha News

ରାଜ୍ୟରେ କରୋନାର ଲମ୍ଵଡିଆଁ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧ ହଜାରରୁ ଉର୍ଦ୍ଧ୍ବ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ଚିନ୍ତା । ଦିନକୁ ଦିନ ସ୍ଥିତି ଗମ୍ଭୀର ହେବାରେ ଲାଗିଛି। ଓଡିଶାରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ସର୍ବାଧିକ ୧୦୭୮ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୯,୮୩୫ ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।

ମିଳିଥିବା ସୂଚନାନୁଯାୟୀ ଆଜି ଚିହ୍ନଟ ପଜିଟିଭଙ୍କ ମଧ୍ୟରୁ ୭୨୧ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ଏବଂ ୩୫୭ ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡିଛି । ଏହାଛଡା ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ୨୮ ଜିଲ୍ଲାରୁ ଏହି ୬୪୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବ୍ୟତିତ ୪୦୦ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି।

ଏଯାବତ ଓଡିଶାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୯,୮୩୫ ରେ ପହଞ୍ଚିଛି । ସେଥିମଧ୍ୟରେ ୬୩୮୭ ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୧୩,୩୦୯ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ଗୋରିଏ ଦିନରେ ୧୦୦୦ ରୁ ଉର୍ଦ୍ଧ୍ବ ସଂକ୍ରମିତ ଚିହ୍ନଟ ହେବା ରାଜ୍ୟ ପାଇଁ ଏକ ଚିନ୍ତାର କାରଣ ପାଲଟିଛି।

Leave A Reply

Your email address will not be published.