ଭୁବନେଶ୍ବର : ଆଇଏଏସ୍ ବିଜୟ କେତନ ଉପାଧ୍ୟାୟଙ୍କୁ ମିଳିଲା ଜାମିନ । ୧ଲକ୍ଷ ଟଙ୍କା ଲାଞ୍ଚ ନେଇ ଗିରଫ ହୋଇଥିବା ଆଇଏଏସ୍ ବିଜୟ କେତନଙ୍କୁ ସୋମବାର ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ତେବେ ନିମ୍ନ ଅଦାଲତ ତାଙ୍କ ଜାମିନର ସର୍ତ୍ତ ନିର୍ଦ୍ଧାରଣ କରିବେ ବୋଲି ହାଇକୋର୍ଟ କହିଛନ୍ତି । ଉଦ୍ୟାନ କୃଷି ନିର୍ଦ୍ଦେଶକ ଥିବାବେଳେ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଥିଲା । ତେବେ ତାଙ୍କ ପତ୍ନୀ ଏହି ଲାଞ୍ଚ ଅଭିଯୋଗକୁ ଖଣ୍ଡନ କରିଥିଲେ ।
ଉଲ୍ଲେଖ ଯୋଗ୍ୟ, ରଜ୍ୟ ସରକାର ଆଇଏଏସ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କୁ ଗତକାଲି ନିଳମ୍ବିତ କରିଥିଲେ। ଉଦ୍ୟାନ କୃଷି ବିଭାଗର ନିର୍ଦ୍ଦେଶକ ଥିବା ବିଜୟ କେତନ ଏକ ବିଲ ପାସ କରିବା ପାଇଁ ୧ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ଜଣାପଡ଼ିଥିଲା। ଖବର ପାଇ ଭିଜିଲାନ୍ସ ତାଙ୍କୁ ଲାଞ୍ଚ ନେଉଥିବା ସମୟରେ ଧରିବା ସହ ତାଙ୍କ ଘର ଉପରେ ଚଢାଉ କରିଥିଲା। ଭିଜିଲାନ୍ସ ପକ୍ଷରୁ ଏକକାଳୀନ ବିଜୟ କେତନଙ୍କ ଅଫିସ୍ ସହ ଅନ୍ୟ କେତେକ ସ୍ଥାନରେ ଚଢାଉ କରାଯାଇଥିଲା। ରାଜ୍ୟ ସରକାରଙ୍କ ମୋ ସରକାର କାର୍ୟ୍ୟକ୍ରମ ଆଧାରରେ ବିଭିନ୍ନ ବ୍ୟକ୍ତିଙ୍କ ଠାରୁ ନିଆଯାଇଥିବା ମତାମତ ସଂଗ୍ରହରୁ ସୂଚନା ପାଇ ଭିଜିଲାନ୍ସ ତାଙ୍କୁ ଟ୍ରାପ କରିଥିଲା। ପ୍ରାୟ ୧୦ଦିନ ହେବ ଭିଜିଲାନ୍ସ ତାଙ୍କ ଉପରେ ନଜର ରଖିଥିଲା।
BREAKING NEWS
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
- ଅସୁରକ୍ଷିତ ରାସ୍ତା ଯୋଗୁଁ ଦୁର୍ଘଟଣା; ରାସ୍ତା ନିର୍ମାଣକାରୀ ସଂସ୍ଥାକୁ ଚିଠି ଲେଖିଲା ଏସଟିଏ
- ସମ୍ବଲପୁରବାସୀଙ୍କୁ ମିଳିବ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ, ୪୫୧ କୋଟିର ମେଗା ପ୍ରକଳ୍ପ…
- papa buka : ଅନ୍ତର୍ଜାତୀୟ ସ୍ତରରେ ପ୍ରଶଂସିତ ଓଡିଆ ପ୍ରଯୋଜକଙ୍କ “ପାପା ବୁକା’;ଏକାଡେମୀ ଆୱାର୍ଡସର ୩ ବିଭାଗରେ…
- ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍ଡିଙ୍ଗର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
- ୨୭ ବର୍ଷ ପରେ ଭାରତ ମାଟିରେ ନ୍ୟୁଜିଲାଣ୍ଡ ଓପନରଙ୍କ କୀର୍ତିମାନ
- ମିଚେଲ, କନୱେ, ନିକୋଲସଙ୍କ ଅର୍ଦ୍ଧଶତକ: ସିରିଜରୁ ଓହରିଲେ ପନ୍ତ
Comments are closed.