Latest Odisha News

BREAKING NEWS

ଓଡ଼ିଶା ଲଲିତ କଳା ଏକାଡ଼େମୀ ଦ୍ୱାରା ଭ୍ରାମ୍ୟମାଣ ଚିତ୍ରକଳା ପ୍ରଦର୍ଶନୀ ଉଦଘାଟିତ

ଭୁବନେଶ୍ୱର : ଓଡ଼ିଶା ଲଳିତ କଳା ଏକାଡେମୀ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ଓ ଜିଲ୍ଲା ପ୍ରଶାସନ ବଲାଙ୍ଗିର ସହଯୋଗରେ ରାଜ୍ୟରେ ଚିତ୍ରକଳାର ବହୁଳ ପ୍ରଚାର ଓ ପ୍ରସାର ନିମନ୍ତେ ଏକାଡେମୀ ଦ୍ୱାରା ସଂଗୃହୀତ ବହୁ ବରିଷ୍ଠ ଓ ଯୁବଶିଳ୍ପୀଙ୍କ ଚିତ୍ରକଳାଗୁଡିକୁ ନେଇ ଏକ ଭ୍ରାମ୍ୟମାଣ ପ୍ରଦର୍ଶନୀ ବଲାଙ୍ଗୀର ଉଦଘାଟନୀ ଉତ୍ସବ ଆଜି ଅନୁଷ୍ଠିତ ହୋଇଯାଇଛି । ଏହି ଉଦ୍ଘାଟନୀ ଉତ୍ସବରେ ଏକାଡ଼େମୀର କାର୍ଯ୍ୟକାରୀ ସଦସ୍ୟ ଶ୍ୟାମସୁନ୍ଦର ମେହେର, ବରିଷ୍ଠ ଶିଳ୍ପୀ ଗଜେନ୍ଦ୍ର ପ୍ରସାଦ ସାହୁ, ସରୋଜ କୁମାର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।

ଏହି ପ୍ରଦର୍ଶନୀରେ ଓଡ଼ିଶାର ଖ୍ୟାତନାମା ବରିଷ୍ଠ ଚିତ୍ର ଶିଳ୍ପୀ ଗୋକୁଳ ବିହାରୀ ପଟ୍ଟନାୟକ, ମୁରଲୀଧର ଟାଲି, ଗୋପାଳ କାନୁନଗୋ, ନିତ୍ୟାନନ୍ଦ ମହାପାତ୍ର, ଦୁର୍ଗାପ୍ରସାଦ ଦାସ, ଗୋକୁଳନନ୍ଦ ଦାସ, ଦୀପ୍ତିପ୍ରକାଶ ମହାନ୍ତି, ସରୋଜ କୁମାର ମାହାପାତ୍ର, ଭାଗବତ ମହାରଣା ଓ ବିଜୟ କୁମାର ପରିଡା ପ୍ରମୁଖଙ୍କ ସହ ବହୁ ଯୁବ ଚିତ୍ରଶିଳ୍ପୀଙ୍କର ମୋଟ ୪୦ଟି ଚିତ୍ରକଳା ସ୍ଥାନ ପାଇଛି । ଓଡ଼ିଶା ଲଳିତ କଳାର ବହୁଳ ପ୍ରଚାର ଓ ପ୍ରସାର ପାଇଁ ତଥା ଶିଳ୍ପୀମାନଙ୍କର କଳାକୃତି ଯେପରି ରାଜ୍ୟର ଜନସାଧାରଣ, ଅନ୍ୟ ଶିଳ୍ପୀ ତଥା ଛାତ୍ରଛାତ୍ରୀମାନେ ଦେଖିବାର ସୁଯୋଗ ପାଇପାରିବେ ଏବଂ ରାଜ୍ୟର ସବୁ ଜିଲ୍ଲାରେ ଚିତ୍ରକଳାର ପ୍ରଚାର ଓ ପ୍ରସାର କିପରି ଅଧିକ ହୋଇପାରିବ ସେଥିପାଇଁ ଏକାଡେମୀ ତରଫରୁ ଏକ ପ୍ରୟାସ କରାଯାଉଛି ।

Leave A Reply

Your email address will not be published.