Latest Odisha News

BREAKING NEWS

ସୁସ୍ଥ ହେଲେ ମହାପ୍ରଭୁ, ଦଶମୂଳ ଔଷଧ ସେବନ କରି ଲାଭ କଲେ ଆରୋଗ୍ୟ

ପୁରୀ: ସୁସ୍ଥ ହେଲେ ମହାପ୍ରଭୁ । ସ୍ନାନପୂର୍ଣ୍ଣିମା ୧୦୮ ଗରା ସୁବାସିତ ଜଳରେ ସ୍ନାନ କରି ଜ୍ୱରରେ ପୀଡ଼ିତ ଥିବା ମହାପ୍ରଭୁ ସୁସ୍ଥ ହୋଇଛନ୍ତି । ଦଶମୀରେ ଚକାବିଜେ ଅନୁଷ୍ଠିତ ହୋଇଥିବାବେଳେ ରାଜବୈଦ୍ୟଙ୍କ ପ୍ରସ୍ତୁତ ଦଶମୂଳ ଔଷଧ ସେବନ କରି ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି ମହାବାହୁ । ଏହି ସୁସ୍ଥ ହେବାର ସମାଚାର ନେଇ ଆଜି ଦଇତାପତି ସେବକମାନେ ଶ୍ରୀନଅରକୁ ଯାଇ ଗଜପତିଙ୍କୁ ଅବଗତ କରାଇବେ ।

ପରମ୍ପରା ଅନୁସାରେ ମହାପ୍ରଭୁଙ୍କ ଅନବନର ସମୟରେ ଶ୍ରୀଅଙ୍ଗରୁ ବାହାରିଥିବା ବିବିଧ ସାମଗ୍ରୀକୁ ପ୍ରସାଦ ରୂପରେ ରାଜନଅରକୁ ବିଜେ କରାଯିବ । ଏହି ବିଜେ ନୀତିକୁ ରାଜପ୍ରସାଦ ବିଜେ କୁହାଯାଏ । ସକାଳ ଧୂପ ଭୋଗ ମଣ୍ଡପ ପରେ ଏହି ବିଶେଷ ନୀତି ଅନୁଷ୍ଠିତ ହେବ ।

Leave A Reply

Your email address will not be published.