ଭୁବନେଶ୍ୱର: ଶିଳ୍ପାୟନ ନାଁରେ ବେଧଡକ ଚାଲିଛି ଗଛ କଟା । ବହୁ ମୂଲ୍ୟବାନ ଗଛ କାଟି ଜଙ୍ଗଲ ସଫା କରି ଦିଆଯାଉଛି । ଶିଳ୍ପର ବିକାଶ ପାଇଁ ଗଲା ୧୦ ବର୍ଷ ମଧ୍ୟରେ ରାଜ୍ୟରେ ସଫା ହୋଇଛି ୫୯୯ ହେକ୍ଟର ଜଙ୍ଗଲ । ଏନେଇ ଆଜି ଗୃହରେ କଂଗ୍ରେସ ବିଧାୟକ ନରସିଂହ ମିଶ୍ର ପ୍ରଶ୍ନ ଉଠାଇଛନ୍ତି । ସରକାର ଜଙ୍ଗଲ ସୃଷ୍ଟି କରିବା ପାଇଁ କ’ଣ ପଦକ୍ଷେପ ନେଇଛନ୍ତି ବୋଲି ସେ ପ୍ରଶ୍ନ କରିଥିଲେ ।
ଏହାର ଉତ୍ତରରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି, ଭାରତୀୟ ବନ ସର୍ବେକ୍ଷଣ ସଂସ୍ଥା ଡେରାଡୁନା ଦ୍ୱାରା ଜଙ୍ଗଲିଆ ଅଂଚଳରେ ସର୍ବେକ୍ଷଣ କରାଯାଇ ପ୍ରତ୍ୟେକ ଦୁଇ ବର୍ଷରେ ଥରେ ଥରେ ତଥ୍ୟ ପ୍ରଦାନ କରାଯାଉଛି । ୨୦୧୧ର ସର୍ବେକ୍ଷଣ ଅନୁସାରେ ରାଜ୍ୟରେ ୫୮,୧୩୬ ବର୍ଗ କିଲୋମିଟର ଜଙ୍ଗଲ ଜମି ଥିଲା । ୨୦୧୦ରୁ ୨୦୧୯ ମଧ୍ୟରେ ରାଜ୍ୟରେ ଶିଳ୍ପ ତଥା ଆନୁସଙ୍ଗିକ ଅନୁଷ୍ଠାନ ପାଇଁ ଦଶଟି ଜିଲ୍ଲାରେ ୫୯୯.୭୪୬ ହେକ୍ଟର ଜଙ୍ଗଲ ନଷ୍ଟ ହୋଇଛି । ସମ୍ବଲପୁର, ଅନୁଗୋଳ, ସୁନ୍ଦରଗଡ, ଜଗତସିଂହପୁର, କଟକ, ଢ଼େଙ୍କାନାଳ, ଖୋର୍ଦ୍ଧା, ବରଗଡ ଓ କେନ୍ଦୁଝର ଜିଲ୍ଲାରେ ଶିଳ୍ପର ବିକାଶ ପାଇଁ ଜଙ୍ଗଲ ଜମି ନଷ୍ଟ ହୋଇଛି ବୋଲି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ କହିଛନ୍ତି ।
BREAKING NEWS
- Weather Update: ୧୩ ଓ ୧୪ରେ ତଳମୁହାଁ ହେବ ପାରଦ, ଓଡ଼ିଶାକୁ ପୁଣି ଥରାଇବ ଶୀତ
- Suspicious Drones: ଏଲଓସିରେ ଦେଖାଗଲା ପାକିସ୍ତାନୀ ଡ୍ରୋନ୍, ହାଇଆଲର୍ଟରେ ସୁରକ୍ଷା ବାହିନୀ
- ଜଳିଗଲା ୨୦ରୁ ଅଧିକ ବାଇକ୍,ପୋଲିସ କରିଥିଲା ସିଜ୍
- ରେଳଷ୍ଟେସନରୁ ୫ ଆନ୍ତଃରାଜ୍ୟ ଚାଲାଣକାରୀ ଗିରଫ,ଗଞ୍ଜେଇ ଜବତ
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
Comments are closed.