Latest Odisha News

BREAKING NEWS

ସରିଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା, ମାର୍ଚ୍ଚ ୧୫ରୁ ଖାତାଦେଖା

ଭୁବନେଶ୍ଵର: ସରିଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା । ଗତ ଫେବୃଆରୀ ୨୦ତାରିଖରୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷା ଆଜି ଶେଷ ହୋଇଛି । ଶେଷ ଦିନରେ ସାମାଜିକ ବିଜ୍ଞାନ ପରୀକ୍ଷା ଦେଇଛନ୍ତି ପରୀକ୍ଷାର୍ଥୀ । ଆସନ୍ତା ୧୫ରୁ ଖାତା ଦେଖା ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ମାଟ୍ରିକ ବୋର୍ଡ କର୍ତ୍ତୃପକ୍ଷ ।

ରାଜ୍ୟର ୫ଲକ୍ଷ ୬୨ ହଜାର ୪୭୯ ପରୀକ୍ଷାର୍ଥୀ ୩୦୪୭ କେନ୍ଦ୍ରରେ ଦେଇଥିଲେ ମାଟ୍ରିକ ପରୀକ୍ଷା । ସେଥିରୁ ୭ ହଜାର ୮୩୧ ପରୀକ୍ଷାର୍ଥୀ ରାଜ୍ଯ ଓପନ ସ୍କୁଲ ସାର୍ଟିଫିକେଟ ଓ ୩ ହଜାର ୩୭ ପରୀକ୍ଷାର୍ଥୀ ମଧ୍ୟମା ପରୀକ୍ଷା ଦେଇଛନ୍ତି । ପରୀକ୍ଷାକୁ ଶୃଙ୍ଖଳିତ ତଥା କପିମୁକ୍ତ କରିବା ପାଇଁ ତ୍ରିସ୍ତରୀୟ ସ୍କ୍ବାର୍ଡ ବ୍ୟବସ୍ଥା କରାଯାଇଥିଲା । ସମସ୍ତ ପରୀକ୍ଷା କେନ୍ଦ୍ରକୁ ସିସିଟିଭିରେ କଣ୍ଟ୍ରୋଲ ରୁମ ସହ ଯୋଡି ନଜର ରଖାଯାଇଥିଲା । ସମ୍ବେଦନଶୀଳ ପରୀକ୍ଷା କେନ୍ଦ୍ର ସହ ନୋଡାଲ ସେଣ୍ଟରରେ AI ଅର୍ଥାତ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ କ୍ୟାମେରା ବ୍ୟବହାର କରାଯାଇଥିଲା । ବୋର୍ଡ ମୁଖ୍ୟାଳୟ କମାଣ୍ଡ କଣ୍ଟ୍ରୋଲ ରୁମରୁ ହିଁ ତା ଉପରେ ନଜର ରଖାଯାଇଥିଲା ।

Leave A Reply

Your email address will not be published.