Latest Odisha News

୨୨ ଯାଏଁ ବର୍ଷିବ, ୧୯ରେ ପୁଣି ଲଘୁଚାପ

ଭୁବନେଶ୍ବର: ଆଗାମୀ ୫ରୁ ୭ ଦିନ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷାରେ ଭିଜିବ ଓଡିଶା। ଆସନ୍ତା ୧୯ ତାରିଖରେ ପୁଣି ଆସୁଛି ଆଉ ଏକ ଲଘୁଚାପ । ଯାହାର ପ୍ରଭାବରେ ଭିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କରାଇଛି ପାଣିପାଗ ବିଭାଗ । ଏନେଇ ୬ ଜିଲ୍ଲାକୁ ୟେଲୋ ଓ୍ବର୍ଣ୍ଣିଂ ଜାରି କରାଯାଇଛି । ସେଗୁଡିକ ମଧ୍ୟରେ  ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଏବଂ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆଗାମୀ ୨୪ ଘଣ୍ଟା ଭିତରେ ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ତେବେ ଆଜି ଓ ଆସନ୍ତା କାଲି ବିଶେଷ କରି ନବରଙ୍ଗପୁର, ପୁରୀ, ନୟାଗଡ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୧୯ ତାରିଖ ଲଘୁଚାପ ପରେ କିଛି କିଛି ଜିଲ୍ଲାରେ ବର୍ଷାର ପରିମାଣ ବଢିବା ପାଇଁ ସତର୍କ ଜାରି କରିଛି ପାଣିପାଗ ବିଭାଗ ।

ତେବେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଏହା ଆସନ୍ତା ୧୯ ତାରିଖରେ ଲଘୁଚାପରେ ପରିଣତ ହେବ। ସେହିଦିନ ସନ୍ଧ୍ୟା କିମ୍ବା ୨୦ ତାରିଖରେ ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଲଘୁଚାପ ଯୋଗୁ ମହାନଦୀର ଉପରମୁଣ୍ଡ ଛତିଶଗଡ଼ରେ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ, ଗଜପତି, ନୟାଗଡ଼, ପୁରୀ, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆସନ୍ତା ୨୨ ତାରିଖ ଯାଏ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.