Latest Odisha News

ସେପ୍ଟେମ୍ବର ୧ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସେପ୍ଟେମର ୨ ତାରିଖରୁ ଉତରପୂର୍ବ ବଙ୍ଗୋପସାଗର ଏବଂ ଏହାର ସଂଲଗ୍ନ ବାଂଲାଦେଶ ଅଂଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ସେପ୍ଟେମ୍ବର ୧ ତାରିଖରୁ ୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆକଳନ କରିଛି ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ।

ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଅନୁଗୁଳ, ଢ଼େଙ୍କାନାଳ, ସମ୍ବଲପୁର, ଝାରସୁଗୁଡା, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, ବରଗଡ, କଟକ, ଖୋର୍ଦ୍ଧା, ନୟାଗଡ, ଜଗତସିଂହପୁର, ପୁରୀ, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବା କେନ୍ଦ୍ର ଆକଳନ କରିଛି ।

ରବିବାର ରାତିରୁ ବର୍ଷା ଆରମ୍ଭ ହେବାର ସମ୍ଭାବନା ରହିଥିବା ବେଳେ ଅନ୍ୟ ଅଂଚଳ ଅପେକ୍ଷା ଉତର ଏବଂ ପଶ୍ଚିମ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ହେବାର ଆଶଙ୍କା ରହିଛି ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.