Latest Odisha News

BREAKING NEWS

୩ ଦିନ ଯାଏ କମିବ ବର୍ଷା, ୨୫ରୁ ପୁଣି ବଢ଼ିବ

ଭୁବନେଶ୍ୱର: ଗତକାଲି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆଜି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ସଂଲଗ୍ନ ଉତ୍ତରପଶ୍ଚିମ ଏବଂ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସକ୍ରିୟ ରହିବା ସହ ଆଉ ଏକ ଘୂର୍ଣ୍ଣିବଳୟ ସହ ଯୋଡ଼ି ହୋଇଛି । ଯାହାକି ଆଗାମୀ ୨ ଦିନ ଯାଏ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଅଗ୍ରସର ହେବ । ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।

ଏବେ ରାଜ୍ୟରେ ବର୍ଷାର ପରିମାଣ କମିଥିବା ବେଳେ ୨୫ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଓ ବଲାଙ୍ଗିର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଥିବା ବେଳେ ୧୧ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ରହିଛି ।

ଆସନ୍ତାକାଲି ୨୨ ତାରିଖରେ ପ୍ରବଳ ବର୍ଷା ନେଇ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, କନ୍ଧମାଳ, ଗଞ୍ଜାମ, ଦେବଗଡ଼ ଓ ବୌଦ୍ଧ ଜିଲ୍ଲାକୁ ୟେଲୋ ଆଲର୍ଟ ରହିଛି । ୨୩ ତାରିଖରେ ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଯାଇଛି ।

୨୪ରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ନୂଆପଡ଼ା ଜିଲ୍ଲାକୁ ୟେଲୋ ଆଲର୍ଟ ରହିଛି । ୨୫ ତାରିଖରେ ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଦିଆଯାଇଥିବା ବେଳେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ରହିଛି ।

Leave A Reply

Your email address will not be published.