Latest Odisha News

BREAKING NEWS

Junior Men’s Hockey Team: ରୌପ୍ୟ ପଦକ ବିଜେତା ଓଡ଼ିଶା ହକି ଦଳକୁ ସମ୍ବର୍ଦ୍ଧିତ କଲେ କ୍ରୀଡ଼ାମନ୍ତ୍ରୀ

ଭୁବନେଶ୍ବର:୧୫ତମ କନିଷ୍ଠ ଜାତୀୟ ହକି ଚାମ୍ପିୟନସିପ୍‌ର ପୁରୁଷ ବିଭାଗରେ ରୌପ୍ୟ ପଦକ ଜିତିଥିବା ଓଡ଼ିଶା ହକି ଦଳକୁ ଆଜି କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସମ୍ବର୍ଦ୍ଧିତ କରିଛନ୍ତି।

କ୍ରୀଡ଼ାମନ୍ତ୍ରୀ ସୂରଜ ପୁରୁଷ ହକି ଦଳର ଏହି ସଫଳତା ପାଇଁ ଦଳର ସମସ୍ତ କ୍ରୀଡ଼ାବିତ୍‌ମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇବା ସହିତ ଆଗାମୀ ଭବିଷ୍ୟତରେ ମଧ୍ୟ ଉଚ୍ଚକୋଟୀର ପ୍ରଦର୍ଶନ ମାଧ୍ୟମରେ ପଦକ ଅର୍ଜନ କରି ଓଡ଼ିଶା ପାଇଁ ଗର୍ବ ଓ ଗୌରବ ଅର୍ଜନ କରିବା ନିମନ୍ତେ ସମସ୍ତ କ୍ରୀଡ଼ାବିତଙ୍କୁ ପ୍ରୋତ୍ସାହିତ କରିଛନ୍ତି। ଏଥିସହ ଆମ କ୍ରୀଡ଼ାବିତ୍‌ମାନଙ୍କର ବିଜୟର ଗୌରବମୟ ଜୟଯାତ୍ରା ଆଗକୁ ମଧ୍ୟ ଜାରି ରହିବ ବୋଲି ମନ୍ତ୍ରୀ ସୂରଜ ଆଶାବ୍ୟକ୍ତ କରିଛନ୍ତି।

ଆଜିର ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ହକି ଇଣ୍ଡିଆର ପ୍ରେସିଡେଣ୍ଟ ଦିଲୀପ ତିର୍କୀ, କ୍ରୀଡ଼ା ଓ ଯୁବସେବା ବିଭାଗର କମିଶନର ତଥା ଶାସନ ସଚିବ ସଚିନ ରାମଚନ୍ଦ୍ର ଯାଦବ, ନିର୍ଦ୍ଦେଶକ ଡ଼. ୟେଦୁଲା ବିଜୟ, ହକି ପ୍ରମୋସନ କାଉନସିଲ, ଓଡ଼ିଶାର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦୀପଙ୍କର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

ସୂଚନାଥାଉକି, ୧୫ତମ ଜାତୀୟ ଜୁନିୟର ପୁରୁଷ ହକି ଫାଇନାଲରେ ଓଡିଶା ଟିମ ରୌପ୍ୟ ପଦକ ହାସଲ କରିଛି । ହରିୟାଣା ଟାଇଟଲ ହାସଲ କରିଥିବା ବେଳେ ପଞ୍ଜାବ ତୃତୀୟ ସ୍ଥାନ ହାସଲ କରିଛି ।

 

Comments are closed.