Latest Odisha News

BREAKING NEWS

ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ମନ୍ତ୍ରୀ ସୁରେଶ ପୂଜାରୀ

ଭୁବନେଶ୍ୱର: ସୁରେଶ ପୂଜାରୀ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର ହୋଇଛନ୍ତି। ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଭୁବନେଶ୍ୱର ଏମ୍ସରୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ମନ୍ତ୍ରୀ ସୁରେଶ ପୂଜାରୀ।

ହୃଦରୋଗ ସମସ୍ୟା ପାଇଁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ। ଡାକ୍ତରଙ୍କ ପରାମର୍ଶ କ୍ରମେ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହୋଇଛନ୍ତି ସୁରେଶ ପୂଜାରୀ। ସୂଚନା ଅନୁସାରେ ଗତ ମଙ୍ଗଳବାର ସନ୍ଧ୍ୟାରେ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଛାତିରେ ପ୍ରବଳ ଯନ୍ତ୍ରଣା ହୋଇଥିଲା। ଫଳରେ ତାଙ୍କୁ ଭୁବନେଶ୍ବର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ କାର୍ଡିଓଥୋରାସିକ୍ ଆଣ୍ଡ ଭାସ୍କୁଲାର ସର୍ଜରୀ (ସିଟିଭି) ଆଇସିୟୁରେ ରଖାଯାଇଥିଲା। ଏମ୍ସର ଏକ ସ୍ପେଶାଲ୍ ଟିମ୍ ତାଙ୍କ ସ୍ବାସ୍ଥ୍ୟ ଉପରେ ନଜର ରଖିବା ସହ ବିଭିନ୍ନ ପ୍ରକାର ପରୀକ୍ଷା ମଧ୍ୟ କରିଥିଲେ। ହେଲେ, ଆଜି ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କୁ ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଛି।

Leave A Reply

Your email address will not be published.