Latest Odisha News

BREAKING NEWS

ମନ୍ତ୍ରୀଙ୍କୁ ହେଲା ବିଭାଗ ବଣ୍ଟନ, ମୁଖ୍ୟମନ୍ତ୍ରୀଙ୍କ ପାଖରେ ରହିବ ଗୃହ ଓ ଅର୍ଥ ସହ ଏକାଧିକ ବିଭାଗ

ଭୁବନେଶ୍ଵର: ରାଜ୍ୟରେ ନୂଆ ସରକାର ମନ୍ତ୍ରୀଙ୍କୁ ହେଲା ବିଭାଗ ବଣ୍ଟନ । ମୁଖ୍ୟମନ୍ତ୍ରୀଙ୍କ ପାଖରେ ରହିବ ଗୃହ, ଅର୍ଥ, ସାଧାରଣ ପ୍ରଶାସନ, ସୂଚନା ଓ ଲୋକସମ୍ପର୍କ, ଜଳ ସମ୍ପଦ, ଯୋଜନା ଓ ସଂଯୋଜନ ବିଭାଗ । ସେହିପରି ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହ ଦେଓ- କୃଷି ଓ କୃଷକ ସଶକ୍ତୀକରଣ, ଶକ୍ତି ବିଭାଗର ମନ୍ତ୍ରୀ ହୋଇଛନ୍ତି । ଅନ୍ୟପଟେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତି ପ୍ରତିଭା ପରିଡାଙ୍କୁ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି, ପର୍ଯ୍ୟଟନ ବିଭାଗ ।

କ୍ୟାବିନେଟ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ରାଜସ୍ୱ, ବିପର୍ଯ୍ୟୟ ପରିଚାଳନା ବିଭାଗ ମିଳିଥିବା ବେଳେ ରବି ନାୟକଙ୍କୁ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ମିଳିଛି । ସେହିପରି କ୍ୟାବିନେଟ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା, ଏସସି/ଏସଟି ଉନ୍ନୟନ ଓ ସଂଖ୍ୟାଲଘୁ ବିଭାଗ ମିଳିଥିବା ବେଳେ କୃଷ୍ଣ ଚନ୍ଦ୍ର ପାତ୍ରଙ୍କୁ ଖାଦ୍ୟ ଯୋଗାଣ, ବିଜ୍ଞାନ ଓ ପ୍ରଯୁକ୍ତି, ପୃଥ୍ଵୀରାଜ ହରିଚନ୍ଦନଙ୍କୁ ଆଇନ୍, ପୂର୍ତ୍ତ, ଅବକାରୀ, ମୁକେଶ ମାହାଲିଙ୍ଗଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ବିଭୁତି ଭୁଷଣ ଜେନାଙ୍କୁ ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି, ଏବଂ କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କୁ ଗୃହ ଓ ନଗର ଉନ୍ନୟନ, ସାଧାରଣ ଉଦ୍ୟୋଗ ବିଭାଗ ମିଳିଛି ।

ଅନ୍ୟପଟେ ରାଜ୍ୟମନ୍ତ୍ରୀ ଗଣେଶରାମ ସିଂଖୁଣ୍ଟିଆଙ୍କୁ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ମିଳିଥିବା ବେଳେ ସୂର୍ଯ୍ୟବଂଶୀ ସୂରଜଙ୍କୁ ଉଚ୍ଚଶିକ୍ଷା, କ୍ରୀଡ଼ା, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି, ପ୍ରଦୀପ ବଳସାମନ୍ତଙ୍କୁ ସମବାୟ ଓ ହସ୍ତତନ୍ତ, ଗୋକୁଳାନନ୍ଦ ମଲ୍ଲିକଙ୍କୁ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ, ଏମଏସଏମଇ ଓ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କୁ ଖଣି, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ମିଳିଛି ।

Leave A Reply

Your email address will not be published.