ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ ବଢୁଛି ତାତି । ଏହି ସମୟରେ ସ୍କୁଲର ସମୟରେ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର ।ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗର ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ଖରା ବଢୁଥିବାରୁ ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ ହେବ ।
ସକାଳ ୬ଟା ୩୦ରୁ ୧୦ ଟା ଯାଏଁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ ସ୍କୁଲରେ ରହିବେ । ସେହିପରି ସକାଳ ୭ଟାରୁ ୧୧ ଟା ଯାଏ ନବମ ଶ୍ରେଣୀ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପାଠ ପଢିବେ ।ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ।ରାଜ୍ୟରେ ଅସହ୍ୟ ଗରମ ସହ ଗୁଳୁଗୁଳି ଅନୁଭୂତ ହେଉଛି ।
ଆଗକୁ ମଧ୍ୟ ରାଜ୍ୟରେ ଆହୁରୀ ଦୁଇ ରୁ ତିନି ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିପାରେ ବୋଲି ଆକଳନ କରାଯାଇଛି ।ଏହି ସବୁକୁ ଦଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲର ଉପରେ ଏପରି ନିଷ୍ପତ୍ତି ନେଇଛନ୍ତି।
Comments are closed.