ଭୁବନେଶ୍ଵର: ଆସନ୍ତା ମାର୍ଚ୍ଚ ୮ ତାରିଖ ଶନିବାର ଦିନ ଭୁବନେଶ୍ବର, ଖୋର୍ଦ୍ଧା, ଜଟଣୀ, ବାଣପୁର, ଚିଲିକା, ଗଂଗୀ, ବେଗୁନିଆ ଅଦାଲତ ପରିସରରେ ୨୦୨୫ ମସିହାର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବାକୁ ଯାଉଅଛି।
ଏଥିରେ ସମସ୍ତ ପ୍ରକାରର ବିଚାରଧୀନ ମକଦ୍ଦମା ଯଥା- ଫୌଜଦାରୀ (ସାଲିସ ଯୋଗ୍ୟ), ଚେକ୍ ବାଉନ୍ସ, ବ୍ୟାଙ୍କ୍ ଋଣ, ମୋଟର ଦୁର୍ଘଟଣାଜନିତ କ୍ଷତିପୂରଣ, ଶ୍ରମ ଓ ନିଯୁକ୍ତ ବିବାଦ, ବିଦ୍ୟୁତ, ଜଳ ଓ ଅନ୍ୟାନ୍ୟ ବିଲ୍ ଦେୟ ଜନିତ ବିବାଦ, ବୈବାହିକ ବିବାଦ, ଜମି ଅଧୀକରଣ, ଚାକିରି ସମ୍ବନ୍ଧୀୟ ଓ ଅନ୍ୟାନ୍ୟ ଦେୱାନୀ ମକଦ୍ଦମା ଇତ୍ୟାଦିର ଆପୋଷ ସହମତିରେ ସମାଧାନ କରାଯାଇପାରିବ।
ଏହାସହ ପ୍ରାକ୍ ମକଦ୍ଦମାସ୍ତରୀୟ ମାମଲା ତଥା ବ୍ୟାଙ୍କ୍ ଋଣ ବିବାଦ, ବିଦ୍ୟୁତ, ଜଳ ଓ ଅନ୍ୟାନ୍ୟ ସାଲିସ ଯୋଗ୍ୟ ଫୌଜଦାରୀ ମକଦ୍ଦମା ଇତ୍ୟାଦିର ଆପୋଷ ସମାଧାନ ମଧ୍ୟ ହୋଇପାରିବ।
ସୂଚନାଯୋଗ୍ୟ, ଲୋକ ଅଦାଲତରେ ମକଦ୍ଦମା, ବିବାଦର ସମାଧାନ ପାଁଇ କୌଣସି ଆର୍ଥିକ ଖର୍ଚ୍ଚ ପଡେନାହିଁ ଏବଂ ଲୋକ ଅଦାଲତଙ୍କ ରାୟ ବୈଧ, ଚୂଡାନ୍ତ ଏବଂ ଅମଳ ଯୋଗ୍ୟ। ଦିର୍ଘଦିନ ଧରି ସମୟ ଅପଚୟରୁ ନିସ୍ତାର ପାଁଇ ଏହା ଏକ ସୁଯୋଗ ବୋଲି କୁହାଯାଉଛି। ଏ ସଂକ୍ରାନ୍ତରେ ସବିଶେଷ ବିବରଣୀ ନିମନ୍ତେ ଜିଲ୍ଲା ଆଇନସେବା ପ୍ରାଧିକରଣ, ଭୁବନେଶ୍ବର ଏବଂ ତାଲୁକ ଆଇନ ସେବା କମିଟି ଖୋର୍ଦ୍ଧା, ଜଟଣୀ, ବାଣପୁର, ଚିଲିକା ଓ ବେଗୁନିଆ ଏବଂ ଗ୍ରାମ ନ୍ୟାୟାଳୟ ଗଂଗୀ ସହିତ ଯୋଗାଯୋଗ କରିବାକୁ ସୂଚନା ଦିଆଯାଇଛି।
Comments are closed.