Latest Odisha News

BREAKING NEWS

ନବୀନ ହେଲେ ବିଜେଡି ରାଜ୍ୟସଭା ସଂସଦୀୟ ଦଳ ଅଧ୍ୟକ୍ଷ; ରାଜ୍ୟ ସ୍ୱାର୍ଥ ପାଇଁ ଲଢ଼ିବାକୁ ପରାମର୍ଶ

ଭୁବନେଶ୍ୱର: ନବୀନ ପଟ୍ଟନାୟକଙ୍କୁ ବିଜେଡିର ରାଜ୍ଯସଭା ସଂସଦୀୟ ଦଳ ଅଧ୍ଯକ୍ଷ ଭାବେ ନିର୍ବାଚିତ କରାଯାଇଛି। ବଜେଟ ଅଧିବେଶନ ପୂର୍ବରୁ ନବୀନ ନିବାସରେ ଆୟୋଜିତ ବୈଠକରେ ଦଳର ୯ ରାଜ୍ଯସଭା ସାଂସଦ ଯୋଗ ଦେଇଥିଲେ। ଏହି ଅବସରରେ ସମସ୍ତ ସାଂସଦଙ୍କ ଅନୁରୋଧ କ୍ରମେ ନବୀନ ପଟ୍ଟନାୟକ ଦଳର ରାଜ୍ଯସଭା ସଂସଦୀୟ ଦଳ ଅଧ୍ଯକ୍ଷ ହୋଇଛନ୍ତି।

ତେବେ ଏହି ବୈଠକେ ଦଳର ରଣନୀତି ସମ୍ପର୍କରେ ଆଲୋଚନା କରାଯାଇଥିଲା। ରାଜ୍ଯବାସୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଲଢେଇ କରିବାକୁ ନବୀନ ସମସ୍ତଙ୍କୁ ଗୁରୁମନ୍ତ୍ର ଦେଇଛନ୍ତି। ସଂସଦର ଆଗାମୀ ବଜେଟ ଅଧିବେଶନରେ ମଧ୍ଯ ସାଢେ ଚାରି କୋଟି ଓଡ଼ିଆଙ୍କର ସ୍ବର ସାଜିବ ବିଜୁ ଜନତା ଦଳ। ରାଜ୍ଯସଭା ସାଂସଦଙ୍କ ସହ ବୈଠକ କରି ସମସ୍ତଙ୍କୁ ଏଭଳି ପରାମର୍ଶ ଦେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ।

ଗୃହରେ ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ଯପାହ୍ଯ ମାନ୍ଯତା, ଆଦିବାସୀ କଲ୍ଯାଣ, ମହିଳା ସଶକ୍ତିକରଣ, ଚାଷୀଙ୍କ ଉନ୍ନତି, ଅବହେଳିତ ଜାତୀୟ ରାଜପଥ, କୋଇଲା ରୟାଲଟି ବୃଦ୍ଧି, ମହିଳା ସଂରକ୍ଷଣ ବିଲ ଲାଗୁ ଭଳି ପ୍ରସଙ୍ଗ ଉଠାଇବ ଦଳ। ବିଜେଡି ସଂସଦରେ ସବୁ ପ୍ରସଙ୍ଗକୁ ଉପସ୍ଥାପନ କରିବ। ଓଡ଼ିଶାର ବିକାଶ ଓ ଯୁକ୍ତିଯୁକ୍ତ ଦାବିକୁ ଉପସ୍ଥାପନ କରିବ ଦଳ। ଏନେଇ ସାଂସଦଙ୍କୁ ନବୀନ ପଟ୍ଟନୟକ ପରାମର୍ଶ ଦେଇଛନ୍ତି।

 

Comments are closed.