Latest Odisha News

BREAKING NEWS

ପ୍ରଦୂଷଣରେ ଦିଲ୍ଲୀକୁ ଟପିଲା ବାଲେଶ୍ୱର, AQI ୩ ଶହ ପାର୍

ବାଲେଶ୍ଵର: ଦିଲ୍ଲୀ ପରେ ଏବେ ଓଡିଶାର ପ୍ରଦୁଷଣ, ଚିନ୍ତାର ବିଷୟ ପାଲଟିଛି । କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସୂଚନା ଅନୁସାରେ ବର୍ତ୍ତମାନ ଓଡିଶାର ୬ଟି ସହର, ପ୍ରମୁଖ ପ୍ରଦୂଷିତ ସହର । ଓଡ଼ିଶାର ବାରିପଦା, ବାଲେଶ୍ୱର, ଭୁବନେଶ୍ୱର, କଟକ, କେନ୍ଦୁଝର ଓ ରାଇରଙ୍ଗପୁରରେ ୩ ଶହ ପାର୍‌ କରିଛି ଇଣ୍ଡେକ୍ସ । ସେଥିମଧ୍ୟରୁ ବାଲେଶ୍ୱରର ସର୍ବାଧିକ AQI ୩୩୪ ରହିଛି । ସେହିପରି କଟକରେ ୩୨୦, ବାରିପଦାରେ ୩୧୬,ଭୁବନେଶ୍ୱରରେ ୩୧୧, କେନ୍ଦୁଝରରେ ୩୧୪, ରାଇରଙ୍ଗପୁରରେ ୩୦୮ ରହିଛି । ଏପଟେ ଅନୁଗୁଳରେ ୩ଶହ ଏବଂ ତାଳଚେରରେ AQI ଭାଲ୍ୟୁ ୨୫୧ ରହିଛି ।

ବିଗତ ସପ୍ତାହେ ହେଲା ବାଲେଶ୍ୱର ସମେତ ଉତର ଓଡ଼ିଶାର ଅଧିକାଂଶ ସହର ବାୟୁରେ ଛୋଟ ଧୂଳିକଣା ଜମି ରହୁଥିବାରୁ ପରିଣାମ ଅଧିକ ସାଂଘାତିକ ସ୍ତର ଆଡ଼କୁ ଗତି କରୁଛି । ଚିନ୍ତାର ବିଷୟ ହେଉଛି ଯେ ଏକ୍ୟୁଆଇ ଅତି ସାଂଘାତିକ ସ୍ତରରେ ରହିଥିବା ଦେଶର ୧୭ଟି ସହର ମଧ୍ୟରେ ଓଡ଼ିଶାର ୬ଟି ସହର ରହିଛି । ତେବେ ଗତକାଲି ଗତକାଲି ଅପରାହ୍ଣରେ ଦିଲ୍ଲୀର AQI ୩୩୩ ରହିଥିଲା । ଅଧିକ ମାତ୍ରାରେ ଯାନବାହାନ ଚଳାଚଳ, ନିର୍ମାଣ କାମ ଭଳି କାରଣ ପାଇଁ ଓଡ଼ିଶାରେ ବାୟୁ ପ୍ରଦୂଷଣ ଖରାପ ସ୍ଥିତିରେ ପହଞ୍ଚିଛି । ତାସହିତ ଦ୍ରୁତ ଶିଳ୍ପାୟନ, ଗଛ କଟା ଓ ଗ୍ରୀନ ହାଉସ୍ ପ୍ରଭାବ ଯୋଗୁ ପରିବେଶ ପ୍ରଦୂଷଣ ବଢୁଥିବା ପରିବେଶବିତ୍ କହିଛନ୍ତି ।

ବାୟୁ ଗୁଣବତ୍ତା ସୂଚକାଙ୍କ ୦-୫ ପରିସର ମଧ୍ୟରେ ରହିଲେ ଉତ୍ତମ ବୋଲି କୁହାଯାଇପାରିବ । ୫୧-୧୦୦ ମଧ୍ୟରେ ରହିଲେ ସନ୍ତୋଷଜନକ ଓ ୧୦୧-୨୦୦ ମଧ୍ୟରେ ରହିଲେ ମଧ୍ୟମ ଧରଣର ବୋଲି କୁହାଯାଇପାରିବ । ୨୦୧-୩୦୦ ଖରାପ ଏବଂ ୩୦୧-୪୦୦ ମଧ୍ୟରେ ରହିଲେ ଅତ୍ୟନ୍ତ ଖରାପ ଓ ୪୦୧-୫୦୦ ମଧ୍ୟରେ ରହିଲେ ସ୍ଥିତି ଗମ୍ଭୀର ବୋଲି ବିବେଚନା କରାଯାଏ ।

 

 

 

 

 

 

Leave A Reply

Your email address will not be published.