Latest Odisha News

BREAKING NEWS

ଆସନ୍ତା କାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

ଭୁବନେଶ୍ୱର: ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର (CHSE) ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି । ପୂର୍ବାହ୍ନ ୧୧ଟାରେ ଯୁକ୍ତ ଦୁଇର ବିଜ୍ଞାନ, ବାଣିଜ୍ୟ  ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି ।

ସୂନଚାଥାଉ କି, ଗତ ମାର୍ଚ୍ଚ ୧ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇଥିଲା । ପରୀକ୍ଷା ଏପ୍ରିଲ ୫ରେ ଶେଷ ହୋଇଥିଲା। ଏଥର ମୋଟ୍‌ ୧୧୪୫ ପରୀକ୍ଷା କେନ୍ଦ୍ରରେ ସାଢେ଼ ୩ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।  କଳାରେ ୨ଲକ୍ଷ ୧୯ହଜାର ୧୧୦, ବିଜ୍ଞାନରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ଜଣ ଓ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବୋର୍ଡ ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.