Latest Odisha News

BREAKING NEWS

ରାଜ୍ୟ ପାଇଁ ଖୁସି ଖବର; ରେକର୍ଡ ସଂଖ୍ୟକ ୫୬୫ କରୋନା ରୋଗୀ ସୁସ୍ଥ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୫୬୫ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

ସୁସ୍ଥ ହୋଇଥିବା ୫୬୫ ଜଣଙ୍କ ମଧ୍ୟରୁ ୧୮୫ ଜଣ ଗଞ୍ଜାମରୁ, ରାୟଗଡାରୁ ୮୫, ବଲାଙ୍ଗିରରୁ ୪୫, ୩୨ ଜଣ କଟକ, ମାଲକାନଗିରିରୁ ୩୦, ବରଗଡରୁ ୨୪, ସୁନ୍ଦରଗଡରୁ ୨୪, ଅନୁଗୁଳରୁ ୨୩, ବାଲେଶ୍ୱରରୁ ୧୭, ୧୭ ଜଣ ଜଗତସିଂହପୁର, ୧୫ ଜଣ ଖୋର୍ଦ୍ଧା, ଯାଜପୁରରୁ ୧୩, କେନ୍ଦ୍ରାପଡାରୁ ୧୦ ଏବଂ ଗଜପତି, ଝାରସୁଗୁଡା, ନବରଙ୍ଗପୁରରୁ ଜଣେ ଲେଖାଏଁ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ।

ଉଲ୍ଲେଖଯୋଗ୍ୟ, ଓଡିଶାରେ ବର୍ତ୍ତମାନ ସୁଦ୍ଧା ୪୪୭୬ଟି ସକ୍ରିୟ ମାମଲା ରହିଥିବା ବେଳେ ମୋଟ୍ ୭୯୭୨ ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏଥିସହିତ ୫୬ ଜଣ ମୃତ୍ୟୁବରଣ କରିଛନ୍ତି ।

Comments are closed.