Latest Odisha News

ଆଜି ରାଜ୍ୟରୁ ୫୨୮ କରୋନା ପଜିଟିଭ୍, ୯ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଶୂନ

ଭୁବନେଶ୍ୱର: ରାଜ୍ୟରେ ଖସୁଛି କରୋନା କାୟା । ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫ଶହକୁ ଖସିଛି । ୨୪ ଘଣ୍ଟାରେ ରାଜ୍ୟରୁ ବାହାରିଛନ୍ତି ୫୨୮ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ ୧୮ ବର୍ଷ ଭିତରେ ଅଛନ୍ତି ୭୩ ସଂକ୍ରମିତ । ୨୧ ଜିଲ୍ଲାରୁ ଆଜି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୩୧୦ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୧୮ଟି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୬୯, ମୟୂରଞ୍ଜରୁ ୩୧, ଜଗତସିଂହପୁରରୁ ୨୪ ସଂକ୍ରମିତ ବାହାରିଛନ୍ତି । ବାକି ସବୁ ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ଭିତରେ ରହିଛି । ୯ ଜିଲ୍ଲାରୁ କେହି ନୂଆ ସଂକ୍ରମିତ ହୋଇ ନାହାନ୍ତି ।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୧୦ଲକ୍ଷ ୨୭ହଜାର ୯୫୯କୁ ବୃଦ୍ଧି ପାଇଛି । ସୁସ୍ଥ ହେଲେଣି ୧୦ଲକ୍ଷ ୧୪ହଜାର ୪୧୨ ଆକ୍ରାନ୍ତ । ଏବେ ରାଜ୍ୟରେ ୫ହଜାର ୨୮୦ କରୋନା ଆକ୍ଟିଭ୍ କେସ୍ ରହିଛି ।

Leave A Reply

Your email address will not be published.