Latest Odisha News

ରାଜ୍ୟରେ ହଜାରେ ଉପରେ ଦୈନିକ ସଂକ୍ରମଣ: ୨୪ ଘଣ୍ଟା ମଧ୍ୟରେ ୧୦୩୦ ପଜିଟିଭ ଚିହ୍ନଟ

ଭୁବନେଶ୍ବର: ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ହଜାରେ ଉପକୁ ରହିଛି। ଗତକାଲି ୧୧୭୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୩୦ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୬୦୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୨୭ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି ।

ଏଥିମଧ୍ୟରେ ୧୭୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ସବୁ ୨୭ଟି ଜିଲ୍ଲାରୁ ୧୦୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୨୭ ଜଣ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ବର ଜିଲ୍ଲାରୁ ୨୩ ଜଣ, ବରଗଡ଼ରୁ ୨୨, ଭଦ୍ରକରୁ ୧୧ ଜଣ, ବଲାଙ୍ଗୀରରୁ ୩୫ ଜଣ, ବୌଦ୍ଧରୁ ୧୨ ଜଣ, କଟକରୁ ୫୦ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୩, ଗଜପତିରୁ ୭ ଜଣ, ଜଗତସିଂହପୁରରୁ ୭ ଜଣ, ଯାଜପୁରରୁ ୧୯ ଜଣ, ଝାରସୁଗୁଡ଼ାରୁ ୨୧ ଜଣ,  ମୟୂରଭଞ୍ଜରୁ ୧୧୦ ଜଣ, ସୁନ୍ଦରଗଡ଼ରୁ ୨୨୭ ଜଣ ଓ ଷ୍ଟେଟପୁଲରୁ ୩୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୧୦, ୧୧୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୯୩, ୯୫୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୬୯୭୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

 

 

 

 

Leave A Reply

Your email address will not be published.