Latest Odisha News

BREAKING NEWS

ରାଜ୍ୟରେ ପୁଣି ହଜାରେ ଡେଇଁଲା କରୋନା ସଂକ୍ରମଣ, ଆଜି ୧୨୮ ଛୁଆ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ତିନି ଦିନ ହଜାରେ ଭିତରେ ରହିଥିଲା କରୋନା ସଂକ୍ରମଣ । ଆଜି ପୁଣି ଥରେ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ପାର କରିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧ହଜାର ୪୧ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୬୦୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୩୬ । ଏମାନଙ୍କ ଭିତରେ ୦-୧୮ ବର୍ଷ ଭିତରେ ୧୨୮ ଜଣ ଶିଶୁ ଓ କିଶୋର ପଜିଟିଭ୍ ବାହାରିଛନ୍ତି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୯୮ ଓ କଟକରୁ ଚିହ୍ନଟ ହୋଇଛନ୍ତି ୧୭୬ ନୂଆ ଆକ୍ରାନ୍ତ । ଯାଜପୁର ଜିଲ୍ଲାରୁ ୫୬ ଓ ଜଗତସିଂହପୁର ଜିଲ୍ଲାରୁ ଆଉ ୪୩ ସଂକ୍ରମିତ ହୋଇଛନ୍ତି । ବାକି ସବୁ ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ଭିତରେ ରହିଛି । ଏଥିରୁ ୧୬ ଜିଲ୍ଲାରେ ୧୦ ଭିତରେ ରହିଛି ନୂଆ ସଂକ୍ରମିତଙ୍କ ସଂଖ୍ୟା ।

୨୪ ଘଣ୍ଟାରେ ୬୬ହଜାର ୨୮୧ କୋଭିଡ୍ ଟେଷ୍ଟ ହୋଇଛି । ପଜିଟିଭ୍ ହାର ରହିଛି ୧.୫୭ ପ୍ରତିଶତ । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୯ଲକ୍ଷ ୯୮ହଜାର ୧୮୭କୁ ବୃଦ୍ଧି ପାଇଛି । ସୁସ୍ଥ ହେଲେଣି ୯ଲକ୍ଷ ୮୧ହଜାର ୩୧୬ ଆକ୍ରାନ୍ତ । ଏବେ ରାଜ୍ୟରେ ୯ହଜାର ୬୬୪ ଆକ୍ଟିଭ୍ କେସ୍ ରହିଛି ।

Leave A Reply

Your email address will not be published.