Latest Odisha News

BREAKING NEWS

ଆଜି ଓଡ଼ିଶାରୁ ୧୦୪୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଗତକାଲି ହଜାରେ ତଳକୁ ଖସିଥିଲା ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ପୁଣି ଥରେ ହଜାରେ ପାର କରିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧ହଜାର ୪୧ ନୂଆ ସଂକ୍ରମିତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୬୦୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୩୬ ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୮୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରେ ବାହାରିଛନ୍ତି ଆଉ ୧୩୨ ପଜିଟିଭ୍ । ଜଗତସିଂହପୁରରୁ ୮୧, ଅନୁଗୋଳରୁ ସଂକ୍ରମିତ ହୋଇଛନ୍ତି ଆଉ ୫୭ ।

୨୪ ଜିଲ୍ଲାରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ଭିତରେ ରହିଛି । ଏଥିରୁ ୧୩ ଜିଲ୍ଲାରେ ଦୁଇ ଅଙ୍କ ଭିତରେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ସୁବର୍ଣ୍ଣପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ କେହି ସଂକ୍ରମିତ ହୋଇ ନାହାନ୍ତି ।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୯ଲକ୍ଷ ୮୮ହଜାର ୯୯୭କୁ ବୃଦ୍ଧି ପାଇଛି । ସୁସ୍ଥ ହେଲେଣି ୯ଲକ୍ଷ ୭୧ହଜାର ୩୯୧ ଆକ୍ରାନ୍ତ । ଏବେ ରାଜ୍ୟରେ ୧୦ହଜାର ୯୮୮ ଆକ୍ଟିଭ୍ କେସ୍ ରହିଛି ।

Leave A Reply

Your email address will not be published.