Latest Odisha News

BREAKING NEWS

ରାଜ୍ୟରେ ଆଉ ୧୧ କରୋନା ରୋଗୀଙ୍କ ମୃତ୍ୟୁ; ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର: ରାଜ୍ୟରେ ଶନିବାର ଦିନ ଆଉ ୧୧ଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ରାଜ୍ୟରେ କରୋନା ମୃତକଙ୍କ ସଂଖ୍ୟା ୬୧୬ରେ ପହଞ୍ଚିଛି ।

ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଭୁବନେଶ୍ୱରରୁ ୨, ବଲାଙ୍ଗିରରୁ ୧, କଟକରୁ ୩, ଯାଜପୁରରୁ ୧, କନ୍ଧମାଳରୁ ୧, କେନ୍ଦୁଝରରୁ ୧, ନୟାଗଡରୁ ୧ ଓ ରାୟଗଡାରୁ ଜଣେ କରୋନା ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି ।

ମୃତକଙ୍କ ସମ୍ପର୍କରେ ସବିଶେଷ ତଥ୍ୟ ଜାଣନ୍ତୁ…

  • ଭୁବନେଶ୍ୱରରୁ ଜଣେ ୩୦ ବର୍ଷ ବୟସ୍କ ଏବଂ ଆଉ ଜଣେ ୮୨ ବର୍ଷ ବୟସ୍କ ରହିଛନ୍ତି ।
  • ବଲାଙ୍ଗିରରୁ ଜଣେ ୭୦ ବର୍ଷ ବୟସ୍କଙ୍କ ମୃତ୍ୟୁ ହୋଇଥିବା ବେଳେ ସେ ମଧୁମେହରେ ପିଡିତ ଥିଲେ ।
  • କଟକରୁ ଜଣେ ୬୬,୮୮ ଓ ୪୫ ବର୍ଷ ବୟସ୍କଙ୍କ ମୃତ୍ୟୁ ହୋଇଛି ।
  • ଯାଜପୁରରୁ ଜଣେ ୪୮ ବର୍ଷ ବୟସ୍କଙ୍କ ମୃତ୍ୟୁ ହୋଇଥିବା ବେଳେ ସେ କିଡନୀ ସମସ୍ୟାରେ ପିଡିତ ଥିଲେ ।
  • କନ୍ଧମାଳରୁ ଜଣେ ୬୪ ବର୍ଷ ବୟସ୍କ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ସେ ଉଚ୍ଚ ରକ୍ତଚାପରେ ପିଡିତ ଥିଲେ ।
  • କେନ୍ଦୁଝରରୁ ଜଣେ ୭୫ ବର୍ଷ ବୟସ୍କଙ୍କ ମୃତ୍ୟୁ ହୋଇଛି ।
  • ନୟାଗଡରୁ ଜଣେ ୫୬ ବର୍ଷ ବୟସ୍କଙ୍କ ମୃତ୍ୟୁ ହୋଇଥିବା ବେଳେ ସେ ମଧୁମେହରେ ପିଡିତ ଥିଲେ ।
  • ରାୟଗଡାରୁ ଜଣେ ୬୩ ବର୍ଷ ବୟସ୍କଙ୍କ ମୃତ୍ୟୁ ହୋଇଥିବା ବେଳେ ସେ ମଧୁମେହରେ ପିଡିତ ଥିଲେ ।
Leave A Reply

Your email address will not be published.