Latest Odisha News

ଆଜି ବି ରାଜ୍ୟରେ ୧୧୦୦ ଉପରେ ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ବର: ଆଜି ରାଜ୍ୟରେ ପୁଣି ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଇଛି। ଗତକାଲି ୧୧୨୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୯୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୯୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୪୯୭ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୬୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।

ଆଜି ରାଜ୍ୟର ୨୮ଟି ଜିଲ୍ଲାରୁ ୧୧୯୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୧୨ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪, ବାଲେଶ୍ବର ଜିଲ୍ଲାରୁ ୧୯ ଜଣ, ଭଦ୍ରକରୁ ୧୨ ଜଣ, ବରଗଡ଼ରୁ ୧୨, ବଲାଙ୍ଗୀରରୁ ୧୨ଜଣ, ବୌଦ୍ଧରୁ ୧୬ ଜଣ, କଟକରୁ ୧୦୯ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୩ ଜଣ, ଗଜପତିରୁ ୬ ଜଣ, ଗଞ୍ଜାମରୁ ୨, ଜଗତସିଂହପୁରରୁ ୧୫ ଜଣ, ଯାଜପୁରରୁ ୨୮ ଜଣ, ଝାରସୁଗୁଡ଼ାରୁ ୩୩ ଜଣ, କଳାହାଣ୍ଡି ଜିଲ୍ଲାରୁ ୬ ଜଣ, କନ୍ଧମାଳରୁ ୫ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧ ଜଣ ଚିହ୍ନଟ ହୋଇଛନ୍ତି।

କେନ୍ଦୁଝରରୁ ୧୪, ଖୋର୍ଦ୍ଧା ଜିଲ୍ଲାରୁ ୩୧୨, କୋରାପୁଟ ଜିଲ୍ଲାରୁ ୯ ଜଣ, ମୟୂରଭଞ୍ଜରୁ ୧୦୨ ଜଣ, ନବରଙ୍ଗପୁରରୁ ୧୨ ଜଣ, ନୟାଗଡ଼ ଜିଲ୍ଲାରୁ ୩୬ ଜଣ, ପୁରୀରୁ ୨୭ ଜଣ, ରାୟଗଡ଼ାରୁ ୧୯ ଜଣ, ସମ୍ବଲପୁରରୁ ୭୦ ଜଣ, ସୋନପୁରରୁ ୫୨ଜଣ, ସୁନ୍ଦରଗଡ଼ରୁ ୧୭୪ ଜଣ ଓ ଷ୍ଟେଟପୁଲରୁ ୭୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୦୩, ୧୯୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୮୬, ୯୧୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭୦୯୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Leave A Reply

Your email address will not be published.