Latest Odisha News

ରାଜ୍ୟରେ ବଢୁଛି କରୋନା ସଂକ୍ରମଣ: ଆଜି ୧୧୯୩ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଗତ କିଛି ଦିନ ହେବ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଛି । ଗତ ୯ ତାରିଖରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୮୮୬ ଥିଲା । ଆଜି ଏହି ସଂଖ୍ୟା ବଢ଼ି ୧୧ ପାର କରିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧୧ଶହ ୯୩ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୬୯୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୯୮ ।

ଖୋର୍ଦ୍ଧା ଜିଲ୍ଲାରେ ୪ଶହ ପାର କରିଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ୪୨୫, କଟକରୁ ୧୬୧, ବାଲେଶ୍ୱରରୁ ୬୯, ଜଗତସିଂହପୁରରୁ ୫୬, ଯାଜପୁରରୁ ୫୦ ପଜିଟିଭ୍ ବାହାରିଛନ୍ତି । ଦୁଇଟି ଜିଲ୍ଲା ସୁବର୍ଣ୍ଣପୁର, କଳାହାଣ୍ଡିରୁ କେହି ନୂଆ ସଂକ୍ରମିତ ହୋଇ ନାହାନ୍ତି । ବାକି ୨୩ ଜିଲ୍ଲାରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ଭିତରେ ରହିଛି ।

ରାଜ୍ୟରେ ଆଉ ୬୦ ଜଣଙ୍କୁ ମିଶାଇ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୬ହଜାର ୭୫୭କୁ ବୃଦ୍ଧି ପାଇଛି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୯ଲକ୍ଷ ୯୨ହଜାର ୩୭୫କୁ ବୃଦ୍ଧି ପାଇଛି । ସୁସ୍ଥ ହେଲେଣି ୯ଲକ୍ଷ ୭୪ହଜାର ୭୫୬ ସଂକ୍ରମିତ । ଏବେ ରାଜ୍ୟରେ ୧୦ହଜାର ୮୦୯ ଆକ୍ଟିଭ୍ କେସ୍ ରହିଛି ।

Leave A Reply

Your email address will not be published.