Latest Odisha News

BREAKING NEWS

ଆଜି ଓଡ଼ିଶାରୁ ୧୨୪୩ କରୋନା ଆକ୍ରାନ୍ତ ଚିହ୍ନଟ, ପଜିଟିଭ ହାର ୧.୭୯%

ଭୁବନେଶ୍ୱର: ରାଜ୍ୟରେ ଏବେ ସ୍ଥିର ରହିଛି କରୋନାର ଦୈନିକ ସଂକ୍ରମଣ । ହଜାରେରୁ ୧୫ଶହ ଭିତରେ ରହୁଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା । ଗତକାଲି ଅପେକ୍ଷା ଆଜି ସଂକ୍ରମିତଙ୍କ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୨ଶହ ୪୩ ନୂଆ ଆକ୍ରାନ୍ତ । ଏହି ସମୟରେ ରାଜ୍ୟରେ ୬୯ହଜାର ୪୨୭ କୋଭିଡ୍ ଟେଷ୍ଟ ହୋଇଛି । ପଜିଟିଭ୍ ହାର ରହିଛି ୧.୭୯ ପ୍ରତିଶତ ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୯୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟରୁ ୧୭୭ ପଜିଟିଭ୍ ବାହାରିଛନ୍ତି । କୋରାପୁଟ ଜିଲ୍ଲାରୁ କେହି ନୂଆ ସଂକ୍ରମିତ ହୋଇ ନାହାନ୍ତି । ବାକି ୨୭ ଜିଲ୍ଲାରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଶହେ ଭିତରେ ରହିଛି । ଏଥିରୁ ୧୩ ଜିଲ୍ଲାରେ ୧୦ ଭିତରେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା ।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୯ଲକ୍ଷ ୮୭ହଜାର ୭୦କୁ ବୃଦ୍ଧି ପାଇଛି । ସୁସ୍ଥ ହେଲେଣି ୯ଲକ୍ଷ ୬୮ହଜାର ୪୫୩ ସଂକ୍ରମିତ । ଏବେ ରାଜ୍ୟରେ ୧୨ହଜାର ୧୨୯ ଆକ୍ଟିଭ୍ କେସ୍ ରହିଛି ।

Leave A Reply

Your email address will not be published.