ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨୮ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩ ଜଣ, ଖୋର୍ଦ୍ଧ, କଟକ ଓ ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତ ରହିଛନ୍ତି।
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୫୬୧୫ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୫୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୨ ଜଣ ରହିଛନ୍ତି ।
Covid-19 Report For 3rd March
New Positive Cases: 128
Of which 0-18 years: 22
In quarantine: 73
Local contacts: 55(Details of local contacts will be shared by concerned District)
1. Angul: 4
2. Balasore: 8
3. Cuttack: 4
4. Gajapati: 19
5. Jajpur: 2
6. Jharsuguda: 22— I & PR Department, Odisha (@IPR_Odisha) March 4, 2022
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୫୬୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୭୧୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୪୭୫୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୪୫୨୦୨୪ସାମ୍ପୁଲ ଟେଷ୍ଟ୍ ହୋଇଛି ।
Comments are closed.