Latest Odisha News

BREAKING NEWS

ରାଜ୍ୟର ୮ ଜିଲ୍ଲାରୁ କରୋନା ନେଲା ଆଉ ୧୪ ଜୀବନ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୧୪ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ୮ଟି ଜିଲ୍ଲାର ଆକ୍ରାନ୍ତ । ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁସଂଖ୍ୟା ୧୨ ଶହ ୫୯କୁ ବୃଦ୍ଧି ପାଇଛି । ମୃତ୍ୟୁହାର ରହିଛି ୦.୪୪ ପ୍ରତିଶତ ।

ଗତ ୨୪ ଘଣ୍ଟାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଜିଲ୍ଲାରେ ମୋଟ୍ ମୃତ୍ୟୁସଂଖ୍ୟା ୨୧୫କୁ ବୃଦ୍ଧି ପାଇଛି । ସେହିପରି କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ଦୁଇ ଜଣ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ବରଗଡ଼, ଗଞ୍ଜାମ ଓ ସମ୍ୱପୁର ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ ।

Leave A Reply

Your email address will not be published.