Latest Odisha News

BREAKING NEWS

ରାଜ୍ୟରୁ କରୋନା ନେଲା ଆଉ ୧୫ ଜୀବନ, ବାଲେଶ୍ୱରରୁ ଅଧିକ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଗଣ୍ଟାରେ ଆଉ ୧୫ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ୮ ଜିଲ୍ଲାରୁ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି ।

ବାଲେଶ୍ୱର ଜିଲ୍ଲାରୁ ସର୍ବାଧିକ ୪ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ । ସେହିପରି କଟକ ଜିଲ୍ଲାରୁ ଆଉ ତିନି ଜଣ ମୃତ୍ୟୁବରଣ କରିଛନ୍ତି । ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଦୁଇ ଜଣ ଲେଖାଏ ଆକ୍ରାନ୍ତ ଆଖି ବୁଜିଛନ୍ତି ।

ଏମାନଙ୍କ ବ୍ୟତୀତ ଖୋର୍ଦ୍ଧା, ମୟୂରଭଞ୍ଜ, ସମ୍ୱଲପୁର ଓ ଅନୁଗୋଳ ଜିଲ୍ଲାରୁ ଆଉ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ରାଜ୍ୟରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୧ ହଜାର ୪୬୯କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.