Latest Odisha News

BREAKING NEWS

ଓଡ଼ିଶାରେ ୭ ଜିଲ୍ଲାରୁ କରୋନା ନେଲା ଆଉ ୧୬ ଜୀବନ

ଭୁବନେଶ୍ୱର: ସଂକ୍ରମଣ ସହ ରାଜ୍ୟରେ ବଢୁଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ୭ଟି ଜିଲ୍ଲାରୁ କରୋନାରେ ଆଉ ୧୬ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ଗଜପତି ଓ କଳାହାଣ୍ଡି ଜିଲ୍ଲାରୁ ଆଉ ୩ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ।

ସେହିପରି ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଆଉ ୨ ଜଣ ଲେଖାଏ ଆକ୍ରାନ୍ତ ଆକି ବୁଜିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରେ କରୋନା ମୃତ୍ୟୁସଂଖ୍ୟା ଦୁଇ ଶହ ଛୁଇଁଛି । ପୁରୀ ଓ ସମ୍ୱଲପୁର ଜିଲ୍ଲାରେ ଜଣେ ଲେଖାଏ ସଂକ୍ରମିତ ପ୍ରାଣ ହରାଇଛନ୍ତି । ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୧ଶହ ୪କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.