Latest Odisha News

ପ୍ରାଣଘାତୀ କରୋନା: ୧୨ ଜିଲ୍ଲାରୁ ନେଲା ଆଉ ୧୭ ଜୀବନ

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମଣରେ ବ୍ରେକ୍ ଲାଗୁନି । ତାସହ ବଢୁଛି କରୋନା ଜନିତ ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ୧୨ ଜିଲ୍ଲାରୁ ୧୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ୧୫ ଜଣ ପୁରୁଷ ଓ ୨ ଜଣ ମହିଳା ଅଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏମାନଙ୍କ ଭିତରେ ଭୁବନେଶ୍ୱୱରରୁ ୩ ଜଣ ଅଛନ୍ତି ।

ସେହିପରି କରୋନା ମାଲକାନଗିରି ଓ ବାଲେଶ୍ୱର ଜିଲ୍ଲାରୁ ୨ ଜଣ ଲେଖାଏ ଆକ୍ରାନ୍ତଙ୍କ ଜୀବନ ନେଇଛି । ବୌଦ୍ଧ, ଦେବଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, କେନ୍ଦୁଝର, ନୟାଗଡ଼, ରାୟଗଡ଼ା, ସମ୍ୱଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଆଉ ଜଣେ ଲେଖାଏ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ।

ବାଲେଶ୍ୱର ଜିଲ୍ଲାରେ କରୋନା ମୃତ୍ୟୁସଂଖ୍ୟା ଶହେ ଛୁଇଁଛି । ଖୋର୍ଦ୍ଧାରେ ସର୍ବାଧିକ ୩୭୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨ହଜାର ୨୧କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.