Latest Odisha News

BREAKING NEWS

ଓଡ଼ିଶାରୁ କରୋନା ନେଲା ଆଉ ୧୯ ଜୀବନ, ମୃତ୍ୟୁସଂଖ୍ୟା ୨୧ଶହ ୫୧କୁ ବୃଦ୍ଧି

ଭୁବନେଶ୍ୱର: ଓଡ଼ିଶାରେ କରୋନା ସଂକ୍ରମଣ ସହ ବଢୁଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୧୯ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ଭିତରେ ଅଛନ୍ତି ୧୫ ଜିଲ୍ଲାରୁ ସଂକ୍ରମିତ । ଅନୁଗୋଳ ଜିଲ୍ଲାରେ ଦୈନିକ ସଂକ୍ରମଣ ସହ ବଢୁଛି ମୃତ୍ୟୁସଂଖ୍ୟା । ଆଜି ଆଉ ୩ ଜଣ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାକୁ ମିଶାଇ ଅନୁଗୋଳ ଜିଲ୍ଲାରେ ୫୩ ଆକ୍ରାନ୍ତଙ୍କ ମୃତ୍ୟୁ ହେଲାଣି ।

ସୁନ୍ଦରଗଡ଼ ଓ ପୁରୀ ଜିଲ୍ଲାରୁ ଆଉ ୨ ଜଣ ଲେଖାଏ ସଂକ୍ରମିତଙ୍କ ଜୀବନ ନେଇଛି କରୋନା । ସେହିପରି ବାଲେଶ୍ୱର, ବରଗଡ଼, ବଲାଙ୍ଗିର, ବୌଦ୍ଧ, ଗଞ୍ଜାମ ଓ ଜଗତସିଂହପୁର ଜିଲ୍ଲାରୁ ଆଉ ଜଣେ ଲେଖାଏ ମୃତ୍ୟୁବରଣ କରିଛନ୍ତି ।

ଏହାବ୍ୟତୀତ କନ୍ଧମାଳ, ଖୋର୍ଦ୍ଧା, ମାଲକାନଗିରି, ନୂଆପଡ଼ା, ରାୟଗଡ଼ା ଓ ସମ୍ୱଲପୁର ଜିଲ୍ଲାରୁ ଆଉ ଜଣେ ଲେଖାଏ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି । ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୧ଶହ ୫୧କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.