Latest Odisha News

ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା । ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣଙ୍କ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୬ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ବରଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।  ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୧୭୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୯୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୧୩୬୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୪୭୨୭୦୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.