Latest Odisha News

BREAKING NEWS

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି ସଂକ୍ରମଣ ଗ୍ରାଫ୍ । ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାରୁ୨ଜଣଙ୍କର ମୃତ୍ୟୁ ହୋଇଯାଇଥିବା ଜଣାପଡିଛି।

ମୃତକଙ୍କ ମଧ୍ୟରୁ ଜଣେ ୪୦ ବର୍ଷୀୟ ମହିଳା ରହିଛନ୍ତି। ମହିଳା ଜଣଙ୍କ କିଡନୀ ରୋଗରେ ଆକ୍ରାନ୍ତ ଥିବା ବେଳେ ତାଙ୍କର କିଡନୀ ଟ୍ରାନ୍ସପ୍ଲାଣ୍ଟେସନ୍ କରାଯାଇଥିଲା।

ଗତ ୨୪ ଘଣ୍ଟାରେ ୧୫୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୫୫କୁ ବୃଦ୍ଧି ପାଇଛି ।

ମୃତକଙ୍କ ମଧ୍ୟରେ ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୪୧୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୫୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୪୦୯୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୩୩୫୬୫୬ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.