Latest Odisha News

ରାଜ୍ୟରେ ପୁଣି ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ; ମୃତକଙ୍କ ସଂଖ୍ୟା ୨୭କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଗୁରୁବାର ଦିନ ଆଉ ଦୁଇଜଣ କୋଭିଡ-୧୯ ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଯାହାକୁ ମିଶାଇ ମୋଟ୍ ସଂଖ୍ୟା ୨୭ରେ ପହଞ୍ଚିଛି ।

ଏନେଇ ଟ୍ୱିଟ୍ ଜରିଆରେ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ସ୍ୱାସ୍ଥ୍ୟ ବିଭାଗର ସୂଚନାନୁସାରେ, ଏହି ମୃତକମାନେ ହେଉଛନ୍ତି ଗଞ୍ଜାମ ଓ ଅନୁଗୁଳ ଜିଲ୍ଲାର । ଗଞ୍ଜାମ ଜିଲ୍ଲାର ଜଣେ ୪୯ ବର୍ଷୀୟ ପୁରୁଷ ବ୍ୟକ୍ତିଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି ।

ସେହିପରି ଅନୁଗୁଳ ଜିଲ୍ଲାର ୫୭ ବର୍ଷ ବୟସ୍କ ବ୍ୟକ୍ତିଙ୍କର ମଧ୍ୟ ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ ହୋଇଛି । ଏହାଛଡା ଅନୁଗୁଳ ଜିଲ୍ଳାରେ କରୋନାରେ ପ୍ରଥମ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

ଅଧିକ ପଢନ୍ତୁ- ଓଡିଶାରେ ଆଉ ୨୨୯ କରୋନା ପଜିଟିଭ; ଗଞ୍ଜାମରେ ସର୍ବାଧିକ ଚିହ୍ନଟ

ଉଲ୍ଲେଖଯୋଗ୍ୟ, କରୋନା ହଟସ୍ପଟ୍ ବୋଲାଉଥିବା ଗଞ୍ଜାମରେ ପୂର୍ବରୁ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଖୋର୍ଦ୍ଧା ଏବଂ କଟକ ଜିଲ୍ଲାର ୪, ବରଗଡ ୧ ଓ ପୁରୀରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି ।

Leave A Reply

Your email address will not be published.