Latest Odisha News

BREAKING NEWS

ରାଜ୍ୟରୁ କରୋନା ନେଲା ଆଉ ୨୦ ଜୀବନ

ଭୁବନେଶ୍ୱର: ରାଜ୍ୟରେ ବଢୁଛି କରୋନା ମୃତ୍ୟୁ ସଂଖ୍ୟା । ଆଉ ୨୦ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଅଡିଟ୍ ପ୍ରୋସେସରେ ଏସମସ୍ତ ସଂକ୍ରମିତ ପ୍ରାଣ ହରାଇଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକଙ୍କ ଭିତରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଭୁବନେଶ୍ୱରରୁ କେବଳ ୫ ଜଣଙ୍କର ଜୀବନ ଯାଇଛି ।

କଳାହାଣ୍ଡି ଜିଲ୍ଲାରୁ ଆଉ ୪ ଜଣ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ସେହିପରି କଟକ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ଜଗତସିଂହପୁର ଓ ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏ ସଂକ୍ରମିତଙ୍କ ଜୀବନ ନେଇଛି ମହାମାରୀ ।

ଯାଜପୁର, କେନ୍ଦ୍ରାପଡ଼ା ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏ ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଭିତରେ ୭ ଜଣ ମହିଳା ଓ ୧୩ ଜଣ ପୁରୁଷ ଅଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୮ହଜାର ୭୫୪କୁ ବୃଦ୍ଧି ପାଇଛି ।

Comments are closed, but trackbacks and pingbacks are open.