Latest Odisha News

BREAKING NEWS

ଜୀବନ ନେଉଛି କରୋନା: ଆଜି ଓଡ଼ିଶାର ୧୧ ଜିଲ୍ଲାରୁ ୨୧ ମୃତ

ଭୁବନେଶ୍ୱର: କରୋନା ନେଉଛି ଜୀବନ । ଗତ ୨୪ ଘଣ୍ଟାରେ ଓଡ଼ିଶାରୁ ଆଉ ୨୧ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି । ୧୧ ଜିଲ୍ଲାରୁ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ଭିତରେ ଅଛନ୍ତି ଭୁବନେଶ୍ୱରରୁ ୨ ଜଣ ।

ସେହିପରି ଅନୁଗୋଳ ଜିଲ୍ଲାରୁ ଆଉ ୩ ଜଣ ଆକ୍ରାନ୍ତ କରୋନାରେ ଆଖି ବୁଜିଛନ୍ତି । କଳାହାଣ୍ଡି, କେନ୍ଦ୍ରାପଡ଼ା, ପୁରୀ, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଆଉ ୨ ଜଣ ଲେଖାଏ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି ।

ସେହିପରି ବୌଦ୍ଧ, ଗଜପତି, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତ ପ୍ରାଣ ହାରଇଛନ୍ତି । ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୨ଶହ ୯୪କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.