Latest Odisha News

BREAKING NEWS

ରାଜ୍ୟରେ ଆଉ ୨୧ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୫୦୩ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨୧ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୭୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଯାଜପୁର ଓ ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, କଟକ, ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ଢେଙ୍କାନାଳ , ଗଞ୍ଜାମ , ଜଗତସିଂହପୁର, ଖୋର୍ଦ୍ଧା, କେନ୍ଦୁଝର, ନୂଆପଡ଼ା, ପୁରୀ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Comments are closed, but trackbacks and pingbacks are open.