Latest Odisha News

BREAKING NEWS

ଓଡ଼ିଶାରେ ୯ଟି ଜିଲ୍ଲାରୁ କରୋନା ନେଲା ଆଉ ୨୨ ଜୀବନ

ଭୁବନେଶ୍ୱର: ଘାତକ ହେଉଛି କରୋନା । ବଢୁଛି ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଓଡ଼ିଶାରୁ କରୋନାରେ ଆଉ ୨୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ୯ଟି ଜିଲ୍ଲାରୁ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି । ୫ଟି ଜିଲ୍ଲା ଖୋର୍ଦ୍ଧା, ସୁନ୍ଦରଗଡ଼, ନୂଆପଡ଼ା, କଳାହାଣ୍ଡି, ବୌଦ୍ଧରେ ଦିନକରେ ୩ ଜଣ ଲେଖାଏ ସଂକ୍ରମିତଙ୍କ ଜୀବନ ଯାଇଛି ।

ଗଜପତି, କୋରାପୁଟ, ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଏଥିସହ ବଲାଙ୍ଗିର ଜିଲ୍ଲାରୁ କରୋନା ନେଇଛି ଆଉ ଜଣଙ୍କର ଜୀବନ । ରାଜ୍ୟରେ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୨୩ଶହ ୫୭କୁ ବୃଦ୍ଧି ପାଇଛି । ରାଜ୍ୟରେ ମୃତ୍ୟୁହାର ରହିଛି ହାର ରହିଛି ୦.୩୭ ପ୍ରତିଶତ ।

Leave A Reply

Your email address will not be published.