Latest Odisha News

ରାଜ୍ୟରୁ ୨୪ ଘଣ୍ଟାରେ ୨୨୪ କରୋନା ପଜିଟିଭ୍, ପାଞ୍ଚ ଜିଲ୍ଲାରେ ନୂଆ ଆକ୍ରାନ୍ତ ଶୂନ

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣ ଭିତରେ ରହିଛି ଦୈନିକ କରୋନା ସଂକ୍ରମଣ । ପ୍ରତିଦିନ ତିନି ଶହରୁ କମ୍ ନୂଆ ଆକ୍ରାନ୍ତ ବାହାରୁଛନ୍ତି । ଗତ ୨୪ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୨୬ ପଜିଟିଭ୍ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୩୧ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୯୪ଟି । ୨୫ ଜିଲ୍ଲାରୁ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସୁନ୍ଦରଗଡ଼ରୁ ସର୍ବାଧିକ ୩୫ ଆକ୍ରାନ୍ତ ବାହାରିଛନ୍ତି । ବରଗଡ଼ ଓ ବଲାଙ୍ଗିର ଜିଲ୍ଲାରୁ ୧୬ ଜଣ ଲେଖାଏ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୋଳ, ଝାରସୁଗୁଡ଼ା, ଖୋର୍ଦ୍ଧା, ପୁରୀ ଓ ସମ୍ୱଲପୁର ଜିଲ୍ଲାରେ ୧୫ ଜଣ ଲେଖାଏ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବାକି ସବୁ ଜିଲ୍ଲାରୁ ନୂଆ ସଂକ୍ରମିତଙ୍କ ସଂଖ୍ୟା ୧୫ ଭିତରେ ରହିଛି ।

ଢେଙ୍କାନାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ କେହି ସଂକ୍ରମିତ ହୋଇ ନାହାନ୍ତି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୩ଲକ୍ଷ ୩୨ହଜାର ୩୩୧କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଛନ୍ତି ୩ଲକ୍ଷ ୨୮ହଜାର ୨୭୧ ଆକ୍ରାନ୍ତ । ଏବେ ରାଜ୍ୟରେ ୨ହଜାର ୧୧୩ଟି କରୋନା ଆକ୍ଟିଭ୍ କେସ୍ ରହିଛି ।

Leave A Reply

Your email address will not be published.