Latest Odisha News

BREAKING NEWS

ରାଜ୍ୟରୁ ଆଜି ଚିହ୍ନଟ ହେଲେ ୨୩୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କମିଛି କରୋନା କାୟା । ତିନି ଶହ ଭିତରେ ରହୁଛି ଦୈନିକ ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ସାରା ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨୩୧ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୩୩ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୯୮ଟି ।

୨୮ ଜିଲ୍ଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୩୨, ଅନୁଗୁଳରି ୨୧ ଜଣ ପଜିଟିଭ୍ ବାହାରିଛନ୍ତି । ଖୋର୍ଦ୍ଧାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୧କୁ ଖସିଛି । ୧୬ ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ଅଙ୍କରୁ କମ୍ ।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୋଟ୍ ସଂଖ୍ୟା ୩ଲକ୍ଷ ୩୦ହଜାର ୯୨୧କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଛନ୍ତି ୩ଲକ୍ଷ ୨୬ହଜାର ୭୭୮ ଆକ୍ରାନ୍ତ । ଏବେ ରାଜ୍ୟରେ ୨ହଜାର ୨୦୩ଟି କରୋନା ଆକ୍ଟିଭ୍ କେସ୍ ରହିଛି ।

Leave A Reply

Your email address will not be published.