Latest Odisha News

BREAKING NEWS

ରାଜ୍ୟରେ କମୁଛି କରୋନା କାୟା: ୨୪ ଘଣ୍ଟାରେ ୨୩୪ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା କାୟା । ଦୈନିକ ସଂକ୍ରମିତ ଓ ମୃତ୍ୟୁସଂଖ୍ୟା ହ୍ରାସ ପାଉଛି । ଗତ ୨୪ଘଣ୍ଟାରେ ୨୪ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୨୩୪ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୧୩୬ ଜଣ ଥିବା ବେଳେ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୯୮ଟି । ବହୁ ମାସ ପରେ ଶହେ ତଳକୁ ଖସିଛି ସ୍ଥାନୀୟ ସଂକ୍ରମଣ ।

ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୩୬ ନୂଆ ପଜିଟିଭ୍ ବାହାରିଥିବା ବେଳେ ସୁନ୍ଦରଗଡ଼ରୁ ୨୮, ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୨୫ ସଂକ୍ରମିତ । ବାକି ୨୧ଜିଲ୍ଲାରୁ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୦ରୁ କମ୍ ରହିଛି । ୧୭ଜିଲ୍ଲାରେ ନୂଆ ଆକ୍ରାନ୍ତ ସଂଖ୍ୟା ୧୦ରୁ କମ୍ ।

ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୨୮ହଜାର ୭୩୮କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଛନ୍ତି ୩ଲକ୍ଷ ୨୪ହଜାର ୬୮ ସଂକ୍ରମିତ । ଏବେ ରାଜ୍ୟରେ ୨ହଜାର ୭୫୩ଟି ଆକ୍ଟିଭ କେସ୍ ରହିଛି ।

Leave A Reply

Your email address will not be published.